Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା କଂଗ୍ରେସ ସଭାପତି ପ୍ରେସ୍ ରିଲିଜ୍:ମଦ୍ୟପ ପୋଲିସ କର୍ମଚାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ

Published October 21, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଏସପିଙ୍କ ଢିଲା ପ୍ରଶାସନିକ ବ୍ୟବସ୍ଥା ପାଇଁ ଜିଲ୍ଲାରେ ପୋଲିସ କର୍ମଚାରୀ ମଦନିଶାରେ ମତୁଆଲା ହୋଇ ମୋଟର ସାଇକେଲ ଉପରେ ପଡିବା ତ ଆଉ କେହି ରାସ୍ତା ଉପରେ ପଡିରହୁ ଥିବାର ଦୃଶ୍ୟ ବାରମ୍ବାର ଘଟୁ ଥିବାରୁ ସାଧାରଣ ରେ ନିନ୍ଦିତ ହେବା ସହିତ ପୋଲିସ ଉପରୁ ସାଧାରଣ ଜନତାଙ୍କ ବିଶ୍ୱାସ ଏବଂ ଭରସା କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ ପ୍ରେସ ରିଲିଜ୍ ମାଧ୍ୟମରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମଦ ନିଶାରେ ମତୁଆଲା ପୋଲିସ ଶୀର୍ଷକ ଖବର ପ୍ରମୁଖ ଗଣମାଧ୍ୟମରେ ପ୍ରକାଶିତ ହେବା ପରେ ଜିଲ୍ଲା କଂଗ୍ରେସ ଏହାକୁ ଗମ୍ଭୀରତା ସହ ନେଇଛି ଏବଂ ଏହି ଘଟଣାକ୍ରମ ପାଇଁ ନୟାଗଡ଼ ଏସପି ଙ୍କୁ ଦାୟୀ କରି ତୁରନ୍ତରାଜ୍ୟ ଗୃହ ବିଭାଗୀୟ ଶାସନ ସଚିବ ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ହସ୍ତକ୍ଷେପ ଦାବୀ କରି ସମ୍ପୃକ୍ତ ନିୟୁଜ କ୍ଲିପ ସହିତ ଟୁଇଟ କରିଵା ପରେ ମଦ୍ୟପ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଯଥୋଚିତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇ ଥିବା ଟୁଇଟ ର ଉତ୍ତର ଆସିଛି । ତେବେ ସାଧାରଣ ଲୋକେ ମଦ୍ୟପାନ କରି ଗାଡି ଚଲେଇଲେ ଯେଉଁ ପ୍ରକାର ଆଇନଗତ କାର୍ଯ୍ୟାନୁଷ୍ଠାନ କରାଯାଉଛି, ଠିକ ସେହିପରି ଏହି ମଦ୍ୟପ ପୋଲିସ କର୍ମଚାରୀଙ୍କ ଗାଡି ଜବତ କରାଯାଇ ଫୌଜଦାରି ମୋକଦ୍ଦମା ରୁଜୁ ହୋଇ ଅଭିଯୋଗଫର୍ଦ୍ଦ ଦାଖଲ ହେବା ସହିତ ସଠିକ ଏମଭି ଜୋରିମାନା ଆଦାୟ କରିବା ପାଇଁ କୁହାଯାଉଛି । ସମ୍ପୃକ୍ତ ମୋଟର ସାଇକେଲ କୁ ଥାନାରୁ ଛଡା ନଯାଇ କୋର୍ଟଚାଲାଣ କରିବା ପାଇଁ ମଧ୍ୟ ଆଇନ ରେ ଥିବା ବ୍ୟବସ୍ଥା ପ୍ରତି ଧ୍ୟାନ ଦେବା ପାଇଁ ଶ୍ରୀଯୁକ୍ତ ଦାଶ କହିଛନ୍ତି ।କିଛି ଦିନ ପୂର୍ବରୁ ଇଟାମାଟି ରେ ଏହିଭଳି ଜଣେ ମଦ ନିଶାରେ ଟେର ହୋଇ ପଡ଼ିଥିବା ପୋଲିସ କର୍ମଚାରୀ ବିରୁଦ୍ଧରେ ଯଦି ଏସପି ମାଡାମ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଥାନ୍ତା, ତେବେ ବାରମ୍ବାର ପୋଲିସ ସର୍ବସାଧାରଣରେ ଏଭଳି ନିନ୍ଦିତ ହୁଅନ୍ତା ନାହିଁ ବୋଲି ଜିଲ୍ଲା କଂଗ୍ରେସ ପକ୍ଷରୁ ଜାରି ପ୍ରେସବାର୍ତାରେ କୁହାଯାଇଛି । ତେବେ ଆଗାମୀ ଦିନରେ ଉକ୍ତ ପୋଲିସ କର୍ମଚାରୀ ଉପରେ କି ପ୍ରକାରର କାର୍ଯ୍ୟାନୁଷ୍ଠାନ ନିଆଯାଉଛି ତାହା ଜିଲ୍ଲା କଂଗ୍ରେସ ନଜର ରଖିଛି ବୋଲି ଶ୍ରୀଯୁକ୍ତ ଦାଶ ପ୍ରକାଶ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 21, 2025 October 21, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?