Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସଜିଲ୍ଲା ପାଇଁ ଗୌରବ ଆଣିଲେ ଆଲିସା

Published July 26, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ସ୍ମାର୍ଟ ସିଟି ଭୁବନେଶ୍ୱର ଠାରେ ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଉତ୍ସବରେ ନୟାଗଡ଼ କଲେଜଲେନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀ ଆଲିସା ପ୍ରିୟଦର୍ଶିନୀ ସାହୁ ପୁରସ୍କୃତ ହୋଇ ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ତାର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳନ ଉପଲକ୍ଷ୍ୟେ ସାରା ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ବିଷୟରେ  ବିଦ୍ୟାଳୟସ୍ତରରୁ ଆରମ୍ଭ କରି କ୍ଲଷ୍ଟର, ମଣ୍ଡଳ ଓ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାମାନ ଆୟୋଜିତ ହୋଇଥିଲା।ଜିଲ୍ଲାସ୍ତରୀୟ ପ୍ରତିଯୋଗିତାଗୁଡିକରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନଙ୍କୁ ନେଇ ଭୁବନେଶ୍ୱର ଉତ୍କଳ ସଂଗୀତ ମହାବିଦ୍ୟାଳୟଠାରେ ଗତ ଜୁଲାଇ ୧୧ତାରିଖରେ କନିଷ୍ଠ ବର୍ଗ ଓ ୨୦ ତାରିଖରେ ବରିଷ୍ଠ ବର୍ଗର ଛାତ୍ରଛାତ୍ରୀମାନଙ୍କ ମଧରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ପରିପ୍ରେକ୍ଷିରେ ନୟାଗଡ଼ ଜିଲ୍ଲାସ୍ତରୀୟ  କନିଷ୍ଠ ବର୍ଗ କବିତା ଆବୃତ୍ତି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କଲେଜଲେନ, ନୟାଗଡ଼ର ସପ୍ତମ ଶ୍ରେଣୀ ଛାତ୍ରୀ ଆଲିସା ପ୍ରିୟଦର୍ଶିନୀ ସାହୁ ଉକ୍ତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ  ଅଂଶ ଗ୍ରହଣ କରିଥିଲେ ଓ ତୃତୀୟ ସ୍ଥାନ ଅଧିକାର କରି ଜିଲ୍ଲା ପାଇଁ ଗୌରବ ଆଣିଦେଇଛନ୍ତି। ଏଥିପାଇଁ ଆଜି ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ମାନ୍ୟବର ସଂସ୍କୃତି, କ୍ରୀଡା ତଥା ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରଖ୍ୟାତ ସାହିତ୍ୟିକ ଶାନ୍ତନୁ କୁମାର ଆଚାର୍ଯ୍ୟ ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ଅତିଥିମାନଙ୍କ କରକମଳରେ ଆଲିସା ସମ୍ବର୍ଦ୍ଧିତ ହୋଇଛନ୍ତି। ଶିକ୍ଷିତ ସମାଜରେ ଆଜିକାଲି ସରକାରୀ ବିଦ୍ୟାଳୟ ପ୍ରତି ମୁହଁ ଫେରାଉଥିବା ବେଳେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରୀ ହିସାବରେ ଆଲିସାଙ୍କର ଏହି କୃତିତ୍ୱରେ ସାରା ବିଦ୍ୟାଳୟ ତଥା ଜିଲ୍ଲାରେ ଶିକ୍ଷକ ଶିକ୍ଷୟିତ୍ରୀ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି ଏବଂ ବିଭିନ୍ନ ମହଲରୁ ଆଲିସା ଓ ତାଙ୍କ ପରିବାର ପ୍ରତି ଅଭିନନ୍ଦନର ସୁଅ ଛୁଟିଥିବାବେଳେ ଆଲିସାଙ୍କ ପିତାମାତା ଏଥିପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହାଞ୍ଜଳି ସିଂହଦେଓ, ଗାଇଡ଼ ଶିକ୍ଷକ ପ୍ରଦୀପ କୁମାର ସାହୁ ଓ ଦେବରାଜ ମହାପାତ୍ର ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଆନନ୍ଦ ପ୍ରକାଶ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
odishalekha July 26, 2025 July 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?