Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଧାରୁ ବାତିଲ ପୈାର ପରିଷଦ ବୈଠକବିକାଶ କାମ ଠପ୍: ଖପ୍ପା ହେଲେ ବିଧାୟକ

Published July 26, 2025 ରାଜ୍ୟ ଖବର
SHARE

ନୟାଗଡ଼,(ଓଡ଼ିଶା ଲେଖା): ନୟାଗଡ଼ ସହରକୁ ସରସ ସୁନ୍ଦର କରିବା ପାଇଁ ବିଧାୟକ ଦେଖିଥିବା ସ୍ୱପ୍ନ ବାସ୍ତବରେ ପରିଣତ କରିବାକୁ ଦେଉନି ବର୍ତ୍ତମାନର ସରକାର। ବିକାଶ କାମ ଏକ ପ୍ରକାରର ଠପ୍ ହୋଇଯାଇଛି। ଯେଉଁଥି ପାଈଁ ପୌର ପରିଷଦର ବୈଠକ ଅଧାରୁ ବାତିଲ ହୋଇଥିବା ଦେଖିବାକୁ ମିଳିଛି। ବିକାଶ କାର୍ଯ୍ୟକୁ ତ୍ଵରାନିତ କରାଯାଉ ନଥିବାର କାରଣ ପଚାରି, ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ଉପରେ ଖପ୍ପା ହୋଇଛନ୍ତି ବିଧାୟକ ଡ଼ ଅରୁଣ କୁମାର ସାହୁ। କାମ ନହେଲେ ଜନଆନ୍ଦୋଳନ ତୀବ୍ର ହେବ ବୋଲି ବିଧାୟକ ସୂଚନା ଦେଇଛନ୍ତି । ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ଡ଼ ଅରୁଣ କୁମାର ସାହୁ ଅତିଥି ଭାବେ ଯୋଗ ଦେଇଥିଲେ । ପୌର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକ ଆଜି ହଟଗୋଳରୁ ଆରମ୍ଭ ହୋଇ ଅଧାରୁ ବାତିଲ ହୋଇଛି । ନୟାଗଡ଼ ପରିମଳ ବ୍ୟବସ୍ଥା, ଆଲୋକିକରଣ କାର୍ଯ୍ୟ, ବଲାଙ୍ଗୀପାର୍କ କାର୍ଯ୍ୟ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ କାଉନସିଲର ଓ ବିଧାୟକ ସହର ବିକାଶ ମୂଳକ କାର୍ଯ୍ୟ ଠପ ହୋଇଥିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ । ନିର୍ବାଚନ ପରଠାରୁ କୈାଣସି ଉନ୍ନୟନ ତଥା ବିକାଶ ମୂଳକ କାର୍ଯ୍ୟ ହେଉନଥିବାରୁ କାଉନସିଲରମାନେ କହିଥିଲେ । ଯାହାକୁ ନେଇ ଚାପା ଅସନ୍ତୋଷ ଦେଖା ସହ ବିଧାୟକ ଓ କାଉନସିଲରମାନେ ବୈଠକକୁ ଅଧାରୁ ବାତିଲ କରିଥିଲେ ।

ପ୍ରଥମେ ସହରରେ ହେବାକୁ ଥିବା କାର୍ଯ୍ୟକୁ ସମୀକ୍ଷା କରାଯିବାକୁ ବିଧାୟକ ପ୍ରସ୍ତାବ ଦେଇଥିଲେ । ଆଜି ନୟାଗଡ଼ ସହର ମହର୍ଷି ବିଦ୍ୟାଳୟ ପଛପାଖ କଲ୍ୟାଣ ମଣ୍ଡପକୁ ରାସ୍ତା ଓ ଡ୍ରେନ ନିର୍ମାଣ, ଜିଲ୍ଲା ପାଠାଗାର ଉନ୍ନତିକରଣ କାର୍ଯ୍ୟକୁ ତଦାରଖ କରାଯିବା ସହ କାମ ଆରମ୍ଭ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ବିଧାୟକ, ପୈାରାଧ୍ୟକ୍ଷା, ନିର୍ବାହୀ ଅଧିକାରୀ ଓ କାଉନସିଲରମାନେ ନୟାଗଡ଼ ସହରର ବିଭିନ୍ନ ସ୍ଥାନକୁ ଯାଇ ହେବାକୁ ଥିବା ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଯୋଜନା ପ୍ରସ୍ତୁତ କରିଥିଲେ । ଅନେକ କାର୍ଯ୍ୟ କରିବାକୁ ଦୀର୍ଘଦିନ ତଳୁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ କୈାଣସି ପଦକ୍ଷେପ ଗ୍ରହଣ କରାଯାଉନଥିବା ବିଧାୟକ ଡ଼ ସାହୁ ଗଣମାଧ୍ୟମକୁ କହିଛନ୍ତି । ଜିଲ୍ଲା ପ୍ରଶାସନକୁ ବାରମ୍ବାର ଅନୁରୋଧ ପରେ ନୟାଗଡ଼ ବିକାଶକୁ ଅଣଦେଖା କରାଯାଉଥିବା ବିଧାୟକ ପ୍ରକାଶ କରିଛନ୍ତି। ଯଦି ଆଗାମୀ ଦିନରେ ବିକାଶ ମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରାଗଲେ, ତେବେ ଜନଆନ୍ଦୋଳନ ତୀବ୍ରତର ହେବ ବୋଲି ସୂଚନା ଦେଇଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
odishalekha July 27, 2025 July 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?