ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ରାଷ୍ଟ୍ରଗୀତ “ବନ୍ଦେ ମାତରମ”ର ୧୫୦ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କ ସହ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲାପାଳ ରୋଜିନ ଦାସ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର ମଞ୍ଚାସିନ ହୋଇଥିଲେ ।

ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ଲିଙ୍କ୍ ଯୋଗେ ସାମୁହିକ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ। ପରେ ପରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟର ସିଧା ପ୍ରସାରଣରେ ସମସ୍ତେ ଉପସ୍ଥିତ ରହି କାର୍ଯ୍ୟକ୍ରମ ବିଷୟରେ ଅବଗତ ହୋଇ ଥିଲେ।ସେହିପରି ମୁନିସପାଲିଟି, ଏନଏସି, ବ୍ଲକ କାର୍ଯ୍ୟାଳୟରେ ଏବଂ ତହସିଲ କାର୍ଯ୍ୟାଳୟ ଠାରେ ରାଷ୍ଟ୍ର ଗୀତ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

