ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଦଶପଲ୍ଲା ବ୍ଳକର ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବ୍ଲକ୍ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ୭୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ଜଣାପଡ଼ିଛି । ୭୭ଟି ଅଭିଯୋଗରୁ ଗ୍ରାମ୍ୟ ସମସ୍ୟା ନେଇ ୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ସହାୟତା ପାଇବା ପାଇଁ ୨ଟି ଅଭିଯୋଗ ଆସିଥିଲା । ତେବେ ଉଭୟ ବ୍ଲକ୍ ଓ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜନସାଧାରଣଙ୍କ ବ୍ୟକ୍ତିଗତ ସମସ୍ୟାର ସମାଧାନ ପାଇଁ ସର୍ବାଧିକ ୬୬ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା ।

ତେବେ ଏହି ସମସ୍ତ ଅଭିଯୋଗରୁ ମାତ୍ର ୧୮ ଅଭିଯୋଗର ସମସ୍ୟା ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା ତତ୍ କ୍ଷଣାତ ସମାଧାନ କରାଯାଇଥିବା ନେଇ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆଜିର ଏହି ଜନ ଅଭିଯୋଗ ଶିବିରରେ ଜିଲ୍ଲାପାଳଙ୍କ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ,ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ସୁଶାନ୍ତ କୁମାର ଦାସ, ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା ବିଡ଼ିଓଙ୍କ ସହ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।


