Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଘେରିଲେ ପାରାଢ଼ୀପି ଓ ଜାକେଡ଼ା ଅଞ୍ଚଳବାସୀ

Published July 30, 2025 ରାଜ୍ୟ ଖବର
SHARE

ନୟାଗଡ଼,(ଓଡ଼ିଶା ଲେଖା): ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ । ପାରାଢିପି ଅଞ୍ଚଳର ଶହ ଶହ ଲୋକ ଗ୍ରାମ୍ୟ ଉନ୍ନୟନ ଡିଭିଜନ ୨ କାର୍ଯ୍ୟାଳୟ ଘେରାଉ କରିବା ସହ ଅଧିକାରୀଙ୍କ ଅପାରଗତାକୁ ପଦାରେ ପକାଇଛନ୍ତି । ତାହା ସହିତ ଠିକାଦାର ବିରୁଦ୍ଧରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଆରଡି ବିଭାଗ ଅଧିକାରୀ ଓ  ଠିକାଦାରଙ୍କ ମଧ୍ୟରେ ରହିଥିବା ଭିତିରିଆ ସମନ୍ୱୟ ପାଇଁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍‌ର ଶିମିଳିସାହିଠାରୁ ବାଲଣ୍ଡା ପର୍ଯ୍ୟନ୍ତ ୬ କିଲୋମିଟର୍ ରାସ୍ତା ଦୀର୍ଘ ଦିନ ହେଲା କାମ ହେଉଥିଲେ ମଧ୍ୟ ତାହା ଶେଷ ହେବାର ନାଁ ଧରୁନି । ଯାହାଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ୧୪ଖଣ୍ଡ ଗାଁର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ୨୦୨୨ ମସିହାରେ ଏହି ରାସ୍ତା ନିର୍ମାଣ ପାଇଁ କାର୍ଯ୍ୟାଦେଶ ଦିଆଯାଇଥିଲା ଏବଂ ୨୦୨୩ ମସିହାରେ ଏହାର କାମ ଶେଷ କରିବାକୁ ଧାର୍ଯ୍ୟ କରାଯାଇଥିଲା । ୨୦୨୪ ସୁଦ୍ଧା ସାରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା । ଏହାସତ୍ତ୍ୱେ ବର୍ତ୍ତମାନ ସୁଦ୍ଧା ଠିକାଦାର କେବଳ ମାଟି ପକାଇ କାମ ବନ୍ଦ ରଖିଛି । ଏନେଇ ସ୍ଥାନୀୟ ବାସିନ୍ଦା ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୈାଣସି ସୁଫଳ ମିଳିଲା ନାହିଁ । ଏହାର ପ୍ରତିବାଦରେ ଆଜି ଶତାଧିକ ଅଞ୍ଚଳବାସୀ ଅଫିସ୍ ଘେରାଉ କରିଥିଲେ । ଜିଲ୍ଲାପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ବିଭାଗୀୟ ଅଧିକାରୀ ଓ ଆନ୍ଦୋଳନକାରୀ ମଧ୍ୟରେ ଆଲୋଚନା କରାଯିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି । ୨୦୨୬ ମସିହା ଫେବୃୟାରୀ ମାସ ସୁଦ୍ଧା କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀ ଲିଖିତ ପ୍ରତିଶୃତି ଦେଇଥିବା ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
odishalekha July 30, 2025 July 30, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?