ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ପୌର ପରିଷଦ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ଆବାସ ସହରୀ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ପୌର ପରିଷଦର ଅନ୍ତର୍ଗତ ବିଭିନ୍ନ ୱାଡର ୬୮ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଏବଂ ନିର୍ଦ୍ଧାରିତ ସମୟ ଭିତରେ ଆବାସ ନିର୍ମାଣ ସାରିବାକୁ ପରାମର୍ଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ସହରୀ ଯୋଜନାରେ ପୂର୍ବରୁ ୨ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଥିବା ବେଳେ ଏହାକୁ ଆଉ ୫୦ହଜାର ଟଙ୍କା ବୃଦ୍ଧି କରାଯାଇ ହିତାଧିକାରୀ ପିଛା ଅଢେଇ ଲକ୍ଷ ଟଙ୍କା ପ୍ରଦାନ କରାଯାଉଛି । ନିର୍ଦ୍ଧାରିତ ସମୟ ଭିତରେ ନିର୍ମାଣ ସାରି ପ୍ରୋତ୍ସାହନ ରାଶିର ପାଇବାର ମଧ୍ୟ ବ୍ୟବସ୍ଥା ରହିଛି । ଏହା ସହ ହିତାଧିକାରୀଙ୍କୁ ଯେମିତି ସଠିକ୍ ସମୟରେ ତାଙ୍କ ଟଙ୍କା ମିଳିବ ସେ ନେଇ ଅଧିକାରୀ ସୁନିଶ୍ଚିତ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କ ସହ ପୌର ପରିଷଦର ପୌରଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଓ କାଉନସିଲର ମାନେ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେଇଥିବା ବେଳେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ମଞ୍ଚ ସଂଯୋଜନା କରିଥିଲେ। ପୌର ପରିଷଦର କର୍ମଚାରୀ ମାନେ ଆଜିର କାର୍ଯ୍ୟକ୍ରମ ପରିଚାଳନା କରିବାରେ ସହଯୋଗ କରିଥିଲେ।


