Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

“ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର” ସଚେତନତା ଶିବିର

Published December 19, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ, (ଓଡ଼ିଶା ଲେଖା):ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ସଚେତନତା କାର୍ଯ୍ୟକ୍ରମ ରିଜର୍ଭବ୍ୟାଙ୍କ ଏବଂ ଲିଡ଼ ବ୍ୟାଙ୍କର ସମନ୍ବିତ ଉଦ୍ୟମରେ ଏକ ସଚେତନତା ଶିବିର ” ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର” କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦର ସୃଜନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତଙ୍କ ଅଧ୍ଯକ୍ଷତାରେ ଆୟୋଜିତ ସଚେତନତା ଶିବିରରେ ମୁଖ୍ୟ ଅତିଥି ଭାବେ (ଆରବିଆଇ) ର ଡ଼ିଜିଏମ୍ ମଧୁକର ଆନନ୍ଦ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଭଗତ ବେହେରା, ଆର.ଏମ. ଭାରତୀୟ ଷ୍ଟେଟ ବ୍ୟାଙ୍କ ଯୋଗ ଦେଇଥିଲେ । ଲୋହିତ ନନ୍ଦ ଏଲ.ଡି.ଏମ., ନୟାଗଡ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ହିତାକାରୀ ମାନଙ୍କର ଅଜାଣତରେ ହେଉ କିମ୍ବା ବିଭିନ୍ନ କାରଣ ବଶତଃ ଆକାଉଣ୍ଟରେ ଜମା ରାଶି ପଡ଼ିରହିଥିଲେ, କୌଣସି କାରବାର ହେଉ ନଥିଲେ ୧୦ ବର୍ଷ ପରେ ଏହା ରିଜର୍ଭ ବ୍ୟାଙ୍କକୁ ଫେରି ଯାଇଥାଏ ।

ଏହି ଟଙ୍କା ହିତାକାରୀ ମାନେ ଫେରି ପାଇବା ପାଇଁ ରିଜର୍ଭ ବ୍ୟାଙ୍କର ଏହା ଏକ ପ୍ରଚେଷ୍ଟା । ସେଥିପାଇଁ ହିତାକାରୀ ମାନେ ବ୍ୟାଙ୍କରେ ଖୋଲିଥିବା ଜମା ଖାତାର ଉପ‌ଯୁକ୍ତ ପରିଚୟ ପତ୍ର ଓ କେ.ୱାଇ.ସି ଫର୍ମ ପୂରଣ କରି ଆବେଦନ କରିପାରିବେ । ଆଜି ୪ ଜଣ ହିତାକାରୀ ତାଙ୍କ ଜମା ପୁଞ୍ଜିକୁ ଡ୍ରାଫ୍ଟ ଚେକ ଆକାରରେ ଫେରି ପାଇଛନ୍ତି । ସେମାନେ ହେଲେ – ୧. ରଘୁନାଥ ବେହେରା – ୪୭,୫୭୦ ଟଙ୍କା, ୨. ଜାଗିରି ଖଇରାପତି – ସୋସାଇଟି WCS Ltd. ୯୪,୯୧୩ ଟଙ୍କା, ୩. ମଧୁବନ ସୋସାଇଟି WCB Ltd. – ୩,୩୦,୭୭୫ ଟଙ୍କା, ୪. ଭାସ୍କର ଚନ୍ଦ୍ର ଦାଶ- ୭, ୯୯୩ ଟଙ୍କା । ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗୀୟ ଅଧିକାରୀ / ବ୍ୟାଙ୍କିଙ୍ଗ ଷ୍ଟାଫ / ବ୍ୟାଙ୍କ ହିତାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ସଭା ସାଙ୍ଗ କରାଯାଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 19, 2025 December 19, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?