Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆମ ବିଦ୍ୟାଳୟ ଆମ ଗୌରବ”ର ସଂକଳ୍ପ କାର୍ଯ୍ୟକ୍ରମ

Published August 3, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ରାଜ୍ୟସ୍ତରୀୟ ଦ୍ଵିତୀୟ ଅଭିଭାବକ ଓ ଶିକ୍ଷକ ସଂଘର ବୈଠକ ପୁରାତନ ସଭାପତି ତଥା ବର୍ତ୍ତମାନ କମିଟିର ବରିଷ୍ଠ ସଦସ୍ୟ ସନ୍ତୋଷ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ ଶତାଧିକ ଅଭିଭାବକ ଉପସ୍ଥିତ ହୋଇ ସରକାରଙ୍କ ପ୍ରଦତ୍ତ ବିଷୟବସ୍ତୁ ଉପରେ ସନ୍ତୋଷଜନକ ଆଲୋଚନା କରିଥିଲେ। ପ୍ରାରମ୍ଭରେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଉପସ୍ଥିତ ସଦସ୍ୟ ସଦସ୍ୟାଙ୍କୁ ସ୍ବାଗତକରି ବୈଠକର ଆଭିମୁଖ୍ୟ ପ୍ରଦାନ୍ କରିଥିଲେ। ପରେ ପରେ ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍ ସରକାରଙ୍କ ସୂଚିତ ବିନ୍ଦୁ ଉପରେ ପ୍ରାଞ୍ଜଳ ଭାବରେ ଆଲୋଚନା କରିଥିଲେ। ତତ୍ ସହିତ ଛାତ୍ରଛାତ୍ରୀଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ସୁରକ୍ଷା ସମେତ ମଧ୍ୟାହ୍ନ ଭୋଜନ ଉପରେ ଆଲୋଚନା ହୋଇଥିଲା। ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସନ୍ତୋଷ ଜନକ ଶିକ୍ଷାଦାନ ପ୍ରଣାଳୀ, ବିଦ୍ୟାଳୟ ହତାରେ “ମା’ ପାଇଁ ଗଛଟିଏ” କାର୍ଯ୍ୟକ୍ରମ, ଶାରୀରିକ ଶିକ୍ଷା, ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିଦ୍ୟାଳୟ ସୁପରିଚାଳନା ତଥା ଉନ୍ନତିମୂଳକ କର୍ଯ୍ୟକୁ ଅଭିଭାବକ ମାନେ ଉଚ୍ଚ ପ୍ରଶଂସା କରିଥିଲେ। ବିଦ୍ୟାଳୟ ସମ୍ମୁଖ ପାଚେରୀ କଡ଼ରେ ବାରମ୍ବାର ତାଗିଦ୍ ସତ୍ତ୍ୱେ କିଛି ଲୋକ ଅଳିଆ ଆବର୍ଜନା ପକାଉଥିବାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଆଗାମୀ ସ୍ବଚ୍ଛତା ପକ୍ଷରେ ସଭିଏଁ ମିଳିମିଶି ବିଦ୍ୟାଳୟ ସାମ୍ନା ଓ ହତାକୁ ପରିଷ୍କାର ପରିଚ୍ଛନ୍ନ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା। ସବୁ ପିଲା ସ୍କୁଲ୍ ଆସିବା ପାଇଁ ସରକାରଙ୍କ ଆହ୍ବାନ “ଆସ ଆମେ ସ୍କୁଲ୍ ଯିବା” କୁ ସାକାର କରିବା ଓ ବର୍ତ୍ତମାନର ସରକାରଙ୍କ ସବୁ ଯୋଜନାକୁ ଅଭିଭାବକ ମାନଙ୍କ ସହଯୋଗ ନେଇ ବିଦ୍ୟାଳୟରେ ସଠିକ୍ କାର୍ଯ୍ୟକାରୀ କରିବା ତଥା ବିଦ୍ୟାଳୟକୁ ସର୍ବାଙ୍ଗ ସୁନ୍ଦର୍ କରି ଗଢିବା ପାଇଁ ପ୍ରଧାନଶିକ୍ଷୟିତ୍ରୀଙ୍କ ପ୍ରସ୍ତାବକୁ ସଭିଏଁ ଏକମତ ହୋଇ “ଆମ ବିଦ୍ୟାଳୟ ଆମ ଗୌରବ” ସଂକଳ୍ପ ନେଇଥିଲେ। ପରିଶେଷରେ ବରିଷ୍ଠ ଶିକ୍ଷୟିତ୍ରୀ ମଧୁସ୍ମିତା ସାହୁ ଧନ୍ୟବାଦ ଦେଇଥିଲେ।

Preloader Image
IMG-20260815-WA0003
IMG-20260108-WA0001
odishalekha August 4, 2025 August 3, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?