ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲାର ଦାୟୀତ୍ଵ ନେଲେ ନୂତନ ଜିଲ୍ଲାପାଳ ମଧୁମିତା ରଥ । ନୟାଗଡ଼ ଜିଲ୍ଲାର ତତ୍ କାଳୀନ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କର ନୂଆ ବର୍ଷ ଦିନ ଗଜପତି ଜିଲ୍ଲାକୁ ବଦଳି କରାଯାଇଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟରତ ୨୦୧୫ ବ୍ୟାଚର ଆଇଏଏସ ମଧୁମିତା ରଥଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଥିଲା । ତେବେ ଆଜି ନୂତନ ଜିଲ୍ଲାପାଳ ମଧୁମିତା ରଥ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଦାୟୀତ୍ଵ ଗ୍ରହଣ କରିବା ପରେ ପରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗ ଦେଇ କାର୍ଯ୍ୟାରମ୍ଭ କରିଥିଲେ । ନୂତନ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କୁ ସମସ୍ତ ଅଧିକାରୀ ପୁଷ୍ପ ଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଥିଲେ।


