Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଠାରୁ ସମ୍ମାନୀତ ହେଲେ ସରଂକ୍ଷିତ ଆରକ୍ଷୀ ନିରୀକ୍ଷକ ଓ ହାବିଲଦାର

Published January 14, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପୋଲିସର ଗର୍ବ ଓ ଗୌରବ ସାଜିଛନ୍ତି ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଠାରୁ ସମ୍ମାନୀତ ହେଲେ ସରଂକ୍ଷିତ ଆରକ୍ଷୀ ଓ ହାବିଲଦାର। ରାଜ୍ୟ ପୋଲିସ ମୁଖ୍ୟାଳୟ କଟକସ୍ଥିତ ଆର.କେ. ପାଢୀ ମେମୋରିଆଲ ହଲ୍‌ରେ ଆୟୋଜିତ ଏକ ସ୍ଵତନ୍ତ୍ର ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ୪୬ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ ପ୍ରଦାନ କରି ସମ୍ମାନିତ କରିଛନ୍ତି। ତେବେ ନୟାଗଡ଼ ପୋଲିସର ଦୁଇ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସେବା,  କର୍ତ୍ତବ୍ୟନିଷ୍ଠା ଓ ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ନିମନ୍ତେ ଡିଜିପି ଶ୍ରୀଯୁକ୍ତ ଖୁରାନିଆ ଅନୁଷ୍ଠାନିକ ଭାବେ ପଦକ ଓ ମାନପତ୍ର ଗ୍ରହଣ କରିଛନ୍ତି । ନୟାଗଡ଼ ଜିଲ୍ଲା ପୋଲିସର ସରଂକ୍ଷିତ ଆରକ୍ଷୀ ନୀରିକ୍ଷକ ବିରଞ୍ଚି ନାରାୟଣ ସାହୁ ଓ ଜିଲ୍ଲା ପୋଲିସର ସବୁରି ପ୍ରିୟ,ସଚ୍ଚୋଟ,ମିଷ୍ଟଭାସି, ସମସ୍ତଙ୍କର ଅତିପ୍ରିୟ ହାବିଲଦାର ଦେବେନ୍ଦ୍ର ପଣ୍ଡାଙ୍କୁ ମାନପତ୍ର ଓ ଉପ ଢୌକନ ପ୍ରଦାନ କରି ସମ୍ମାନୀତ କରିଛନ୍ତି । ରାଜ୍ୟ ସ୍ତରରେ ଆରକ୍ଷୀ ନୀରିକ୍ଷକ ଶ୍ରୀଯୁକ୍ତ ସାହୁ ଓ ହାବିଲଦାର ଶ୍ରୀଯୁକ୍ତ ପଣ୍ଡା ଜିଲ୍ଲା ପାଈଁ ଗୌରବ ଆଣିଛନ୍ତି । ପଦକ ପ୍ରାପ୍ତମାନଙ୍କ ମଧ୍ୟରେ ଆଇଜି (କେନ୍ଦ୍ରାଞ୍ଚଳ) ଡ. ସତ୍ୟଜିତ ନାଏକ, ରାୟଗଡା ଏସପି ସ୍ଵସ୍ତି ଏସ. କୁମାର, କଳାହାଣ୍ଡି ଏସପି ନାଗରାଜ ଦେବରକୋଣ୍ଡା, ଝାରସୁଗୁଡା ଏସପି ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ର, କନ୍ଧମାଳ ଏସପି ହରିଶ ବି.ସି., ଗଜପତି ଏସପି  ଯତୀନ୍ଦ୍ର କୁମାର ପଣ୍ଡା, କମାଣ୍ଡାଣ୍ଟ ଶ୍ରୀ ପ୍ରଫୁଲ କୁମାର ସିଂହଙ୍କ ସହିତ ୩ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୭ ଜଣ ସବ୍‌-ଇନ୍ସପେକ୍ଟର, ୫ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର, ୫ ଜଣ ହାବିଲଦାର ଓ ୯ ଜଣ କନଷ୍ଟେବଳ/ଓଏପିଏଫ/ସିପାହୀ ଅନ୍ତର୍ଭୁକ୍ତ ଥିଲେ। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ)  ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର.ପି. କୋଚେଙ୍କ ସମେତ ଅନେକ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ପ୍ରତୀକ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 14, 2026 January 14, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?