Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗାଇଡାନ୍ସ ପବ୍ଲିକ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ:ସଚେତନତା ମୂଳକ ନାଟକ ‘ମା ଓ ମମତା’ ମଞ୍ଚସ୍ଥ

Published February 2, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସହର ବାରମାସୀ ଲେନରେ ଅବସ୍ଥିତ ଗାଇଡ଼ାନ୍ସ ପବ୍ଲିକ୍ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ “ମେମୋରିଆ”  ଗତ କାଲି ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ମହା ସମୋରୋହରେ ପାଳିତ ହେଇଯାଇଛି । ପ୍ରଥମ ପର୍ଯ୍ୟାୟ ଉଦଘାଟନ ଉତ୍ସବରେ ପ୍ରସନ୍ନ କୁମାର ବସନ୍ତିଆଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅଞ୍ଜଳି ମଛଖଣ୍ଡ ବିଚାରପତି ତଥା ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ଼ ଓ ସମ୍ମାନିତ ଅତିଥି ଭାବେ ନିମାଇଁ ଚରଣ ପ୍ରଧାନ ଅବସର ପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ଯୋଗଦେଇଥିଲେ । ବିଦ୍ୟାଳୟର ଚେୟାରମ୍ୟାନ ଅବିନାଶ ସାହୁ ଓ ପ୍ରିନ୍ସିପାନ ଆଲୋକ କୁମାର କର ମଞ୍ଚାସିନ ଥିଲେ ଏବଂ ଏକାଡେମୀକ ଇନ୍ଚାର୍ଜ  ସାରଦା ପ୍ରସନ୍ନ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ । ଅନୁଷ୍ଠିତ ଉତ୍ସବରେ ପୂର୍ବ ପ୍ରାଥମିକ ଶ୍ରେଣୀ ଗୁଡ଼ିକର ଛାତ୍ର ଛାତ୍ରୀ ମାନଙ୍କୁ ସମସ୍ତ ବାର୍ଷିକ ପ୍ରତିଯୋଗିତା ଗୁଡ଼ିକର କୃତି ଛାତ୍ର ଛାତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯାଇଥିଲା । ଏବଂ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଚିତା କର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଏହା ସହିତ ନୟାଗଡ଼  ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ  ଦ୍ଵାରା  ‘ ବାଲ୍ୟ ବିବାହ ‘ ନିଷେଧ ଉପରେ ସଚତନତା କାର୍ଯ୍ୟକ୍ରମ କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟ ତଥା ସମାପନ ଉତ୍ସବରେ ବିଦ୍ୟାଳୟ ଚେୟାରମ୍ୟାନ  ଅବିନାଶ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦର ଅଧ୍ୟକ୍ଷ  ଇ. ଦେବାଶିଷ ପଟ୍ଟନାୟକ ଯୋଗଦେଇ ଆଜିକା ଦିନରେ ଶିଶୁ ମାନଙ୍କୁ କେବଳ ଶିକ୍ଷା ନୁହେଁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ଅଭିଭାବକଙ୍କ ଉଦ୍ଦେଶ୍ୟରେ ତାଙ୍କ ମତାମତ ରଖିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଡ଼ ଜ୍ୟୋତି ରଞ୍ଜନ ସାମନ୍ତରାୟ ଯୋଗ ଦେଇ ପିଲା ମାନଙ୍କୁ ଚାପ ଗ୍ରସ୍ତ ନ କରି ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ବ ଦେବାପାଇଁ ବକ୍ତବ୍ୟ ରଖିଥିଲେ ପରିଶେଷରେ ଏକାଡେମୀକ ଇନ୍ଚାର୍ଜ ସାରଦା ପ୍ରସନ୍ନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାଥମିକ ଶ୍ରେଣୀ ଗୁଡ଼ିକର ଛାତ୍ର ଛାତ୍ରୀ ମାନଙ୍କୁ ସମସ୍ତ ବାର୍ଷିକ ପ୍ରତିଯୋଗିତା ଗୁଡ଼ିକର କୃତି ଛାତ୍ର ଛାତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯାଇଥିଲା  ଏବଂ ପରିଶେଷରେ ଛାତ୍ର  ଛାତ୍ରୀ ମାନଙ୍କ ଦ୍ଵାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ଉଭୟ ପର୍ଯ୍ୟାୟର ମୁଖ୍ୟ ଆକର୍ଷଣ ଥିଲା କୁନି କୁନି ପ୍ରତିଭା ଓ ଶିକ୍ଷକ ଅଶୋକ କୁମାର ରାଉତଙ୍କ ନିର୍ଦ୍ଦେଶିତ ନାଟକ ‘ ମା ଓ ମମତା ‘ ଯାହାକି ଆଜିର ସମାଜ ପାଇଁ ଏକ ଦିଗଦର୍ଶନ ଥିଲା ଏବଂ ପ୍ରତ୍ୟେକ ଦର୍ଶକଙ୍କ ଆଖିରେ ଲୁହ ଆଣିଦେଇଥିଲା ଏବଂ ନୃତ୍ୟ ନାଟିକା ‘ ଚକୁଳିଆ ପଣ୍ଡା ଓ କାଳୀୟ ଦଳନ ‘ ଦର୍ଶକଙ୍କ ହୃଦୟରେ ଭଗବାନଙ୍କ ଉଦ୍ଦେଶ୍ୟରେ ପ୍ରେମ ଓ ଆଧ୍ୟାତ୍ମିକତା ଭରି ଦେଇଥିଲା । ବିଦ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ କଳ୍ପନା ଭଦ୍ର ଏବଂ  ଶିକ୍ଷକ, ଶିକ୍ଷୟତ୍ରୀ ଓ ସମସ୍ତ କର୍ମଚାରୀଙ୍କ ସହଯୋଗରେ ବାର୍ଷିକ ଉତ୍ସବ ‘ ମେମୋରିଆ ‘ ସଫଳତା ସହ  ସମ୍ପନ୍ନ ହୋଇ ଯାଇଅଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 2, 2026 February 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?