Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ପୋଲିସକୁ ବଡ ସଫଳତା:୩ ଶହ ବସ୍ତା ଗୁଟଖା ଜବତ

Published February 10, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଏକାଥରକେ ୩ଶହ ବସ୍ତା ଗୁଟଖା ଜବତ କରିବାରେ ସକ୍ଷମ ହୋଇଛି। ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ସଦରଥାନା ପୁଲିସକୁ ଆଜି ପୁଣି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ଏକ ଗୋଦାମ ଉପରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗୁଟଖା ଜବତ କରିଛି । ଖୁଣ୍ଟୁବନ୍ଧ ମଙ୍ଗଳା ମନ୍ଦିର ପାଖରେ ରହିଥିବା ସ୍ୱପ୍ନେଶ୍ୱର କ୍ଲବ ଘର ଭିତରେ ଏହି ଗୁଟଖା ମହଜୁଦ ରହିଥିବା ନେଇ ପୋଲିସ ଖବର ପାଇଥିଲା । ସଦରଥାନା ଅଧିକାରୀ ପ୍ରିୟତମା ବେହେରା ସଦଳବଳେ ଚଢ଼ାଉ କରିଥିଲେ । ଉକ୍ତ କ୍ଲବ ଘରେ ଦୁଇଟି ତାଲା ପଡ଼ିଥିଲା । ଝରକା ଫାଙ୍କାରେ ଗୁଟଖା ରହିଥିବା ସ୍ପଷ୍ଟ ହେବା ପରେ ପୁଲିସ ମାଜିଷ୍ଟେଡ୍‌ଙ୍କୁ ଡକାଇଥିଲା । ନୟାଗଡ଼ ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ତାଲା ଭଙ୍ଗା ଯାଇଥିଲା । ଉକ୍ତ ଘର ଭିତରୁ ଆନୁମାନିକ ୩ ଶହ ବସ୍ତା ଗୁଟଖା ଜବତ କରାଯାଇଛି । ଜବତ ଗୁଟଖା ମୁଲ୍ୟ ୪୦ ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି । ଜବତ ଗୁଟଖାକୁ ସଦରଥାନାକୁ ଅଣାଯାଇଥିବା ବେଳେ ପୁଣି ଏକ ମାମଲା ରୁଜୁ କରାଯିବ ବୋଲି ପୁଲିସ ନିକଟରୁ ସୂଚନା ମିଳିଛି । ଗତକାଲି ସଦରଥାନା ପୁଲିସ ୩ଟି ଗୁଟଖା ବୋଝେଇ ଗାଡ଼ିକୁ ପୁଲିସ ଜବତ କରିଥିଲା । ଗାଡ଼ି ଗୁଡ଼ିକ ମଧ୍ୟରେ ଦୁଇଟି ପିକ୍ ଅପ୍ ଭ୍ୟାନ ଏବଂ ୧ଟି ଆଇଚର ଗାଡ଼ି ରହିଥିଲା । ନୟାଗଡ଼ ଟାଉନଥାନା, ଇଟାମାଟି, ସଦରଥାନା ପୁଲିସ ଗୁଟଖା କାରବାର ପାଇଁ ଏବେ ସୁଦ୍ଧା ୭ ଜଣଙ୍କୁ ଗିରଫ କରିଛି । ୪ଟି ଗାଡ଼ି, ୯୯ ହଜାର ଟଙ୍କା ଓ ବିପୁଳ ପରିମାଣ ଗୁଟଖା ଜବତ କରାଯାଇଛି । ଉକ୍ତ ଘଟଣାର ତଦନ୍ତ ଜାରି ରଖିଥିବା ଏ ପର୍ଯ୍ୟନ୍ତ ଜବତ ଗୁଟଖା, ଗାଡ଼ିର ମୁଲ୍ୟ ୧ କୋଟିରୁ ଉର୍ଦ୍ଧ୍ୱ ହେବ ବୋଲି ପୁଲିସ ସୂଚନା ଦେଇଛି । ଗୁଟଖା ମାଫିଆ କମଳର କଳା ସାମ୍ରାଜ୍ୟ ଧିରେ ଧିରେ ମାଟିରେ ମିଶିଥିବା ଆଲୋଚନା ହେଉଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 10, 2026 February 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?