Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ ଜିଲ୍ଲାରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ: ୪୨୮୩ଟି ମାମଲାର ଫଏସଲା:ଋଣ ନେଇ ଋଣ ପରିଶୋଧ କରିନଥିବା ୧୪୦ ଜଣ ଋଣ ଗ୍ରହିତାଙ୍କଠାରୁ ୬୪,୧୯,୯୬୬ ଟଙ୍କା ଦେବା ପାଇଁ ରାଜିନାମା ସ୍ୱାକ୍ଷରିତ

Published March 14, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୧୦ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୫୭, ୪୦, ୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୦୩ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ.ଆଇ.ଆକ୍ଟ କେସ ୭ଟି ଫଇସଲା କରାଯାଇ ୧୦,୪୪,୬୦୮ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୧୬ ଟି ମାମଲା ଫଇସଲା କରାଯାଇଥିଲା । ଅନ୍ୟାନ୍ୟ ଫୌଜଦାରୀ ୧୭୫ଟି ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୪୦ ଜଣ ଋଣ ଗ୍ରହିତାଙ୍କଠାରୁ ୬୪,୧୯,୯୬୬ ଟଙ୍କା ଦେବା ପାଇଁ ରାଜିନାମା ସ୍ୱାକ୍ଷରିତ କରାଯାଇଥିଲା ।

ସେହିପରି ୩୮୨୨ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୬,୭୬,୩୮୩ ଟଙ୍କା ଆଦାୟ କରଯାଇଥିଲା ଏବଂ ରଫାଯୋଗ୍ୟ ଫଉଜଦାରି ମାମଲା ୩ ଟି ଫଇସଲା କରାଯାଇଥିଲା । ଦିଦ୍ୟୁତ ସମ୍ବନ୍ଧୀୟ ୭ଟି ମାମଲା ଫଇସଲା ହୋଇ ୩,୪୨,୨୭୧ ଟଙ୍କା ଆଦାୟ କରାଯାଇଥିଲା । । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଡଃ ଇନ୍ଦୁ ଶର୍ମା, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ରିଜା ରାୟ, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟେଟ ଶୃତିସ୍ନିଗ୍ଧା ଦାସ, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ସତ୍ୟବ୍ରତ ରଣା, ଉପଖଣ୍ଡ ଫୌଜଦାରୀ ବିଚାରପତି ସମାପିକା ସମଦର୍ଶିନୀ, ଜେ ଏମ ଏଫ ସି ଲଲିତା ପାତ୍ର ଏବଂ ଶୁଶ୍ରିତା ମିଶ୍ର ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ଜିଲ୍ଲା ଆଇନ ସେବା ପ୍ରାକରଣ ସଚିବ ଅଞ୍ଜଳି ମଛଖଣ୍ଡ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ସ୍ୱୟଂପ୍ରଭା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋକ ଅଦାଲତକୁ ସଫଳ କରିବା ପାଇଁ ସମସ୍ତ ନ୍ୟାୟ ଅଧିକାର ମିତ୍ର, ବରିଷ୍ଠ ଅଧିବକ୍ତା ଦଣ୍ଡପାଣି ସ୍ବାଇଁ, ରମେଶ ଚନ୍ଦ୍ର ମହାରଣା ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ କର୍ମଚାରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 14, 2026 March 14, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?