Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ରେ କୃତ୍ରିମ ବୁଦ୍ଧିମତ୍ତା (AI) ଉପଯୋଗ କର୍ମଶାଳା

Published March 20, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ପ୍ରଶାସନିକ କାର୍ଯ୍ୟଦକ୍ଷତା ବୃଦ୍ଧି ଏବଂ ଜନସାଧାରଣଙ୍କୁ ସ୍ୱଚ୍ଛ ଓ ତ୍ୱରିତ ସେବା ଯୋଗାଇଦେବା ଲକ୍ଷ୍ୟରେ OCAC ଦ୍ବାରା ନୟାଗଡ଼ ଜିଲ୍ଲା ପ୍ରଶାସନ ପାଇଁ ଏକ ଦିନିକିଆ କୃତ୍ରିମ ବୁଦ୍ଧିମତ୍ତା (AI) ଉପଯୋଗ କର୍ମଶାଳା ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଧୁନିକ ଯୁଗରେ ଟେକ୍ନୋଲୋଜିର ବ୍ୟବହାର କରି କିପରି ସରକାରୀ କାର୍ଯ୍ୟକୁ ଅଧିକ ସରଳ କରାଯାଇପାରିବ, ସେ ନେଇ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଏବଂ ବିଜୟାନନ୍ଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କର୍ମଶାଳା ପରିଚାଳିତ ହୋଇଥିଲା। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ପ୍ରାୟ ୫୦ରୁ ଉର୍ଦ୍ଧ୍ବ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ। ଏହି କର୍ମଶାଳାରେ ରିସୋର୍ସ ପର୍ସନ ଭାବରେ ଶୁଭମ ଚୌଧୁରୀ ଏବଂ ରାକେଶ କୁମାର ପରିଡ଼ା ଯୋଗଦେଇଥିଲେ। ସେମାନେ ପ୍ରଶାସନିକ କ୍ଷେତ୍ରରେ ବ୍ୟବହୃତ ହେଉଥିବା ବିଭିନ୍ନ AI ଟୁଲ୍ସ ଏବଂ ସଫ୍ଟୱେର୍‌ର ବ୍ୟବହାରିକ ପ୍ରୟୋଗ ସମ୍ପର୍କରେ ବିସ୍ତୃତ ଧାରଣା ଦେଇଥିଲେ। ଡାଟା ମ୍ୟାନେଜମେଣ୍ଟ ଠାରୁ ଆରମ୍ଭ କରି ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ AI ର ଭୂମିକା ଉପରେ ସେମାନେ ଆଲୋକପାତ କରିଥିଲେ। ଓକାକ୍ (OCAC) ସୌଜନ୍ୟରୁ ଓକେସିଏଲ (OKCL) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଓକେସିଏଲର ନୟାଗଡ଼ ଜିଲ୍ଲା ସଂଯୋଜକ ପ୍ରତାପ କୁମାର ମହାନ୍ତି ପରିଚାଳନାଗତ ସହାୟତା ପ୍ରଦାନ କରିଥିଲେ। କର୍ମଶାଳାଟିକୁ ସୁଶୃଙ୍ଖଳିତ ଭାବେ ସମାପନ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ କହିଥିଲେ ଯେ, ଆଗାମୀ ଦିନରେ ପ୍ରଶାସନିକ କ୍ଷେତ୍ରରେ AI ର ବ୍ୟବହାର ଅପରିହାର୍ଯ୍ୟ। ଏହାଦ୍ୱାରା କେବଳ ସମୟ ବଞ୍ଚିବ ନାହିଁ, ବରଂ ଜନସାଧାରଣଙ୍କ ସମସ୍ୟାର ସମାଧାନ କ୍ଷେତ୍ରରେ ଏକ ନୂତନ ବିପ୍ଳବ ଆସିପାରିବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 20, 2026 March 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!

Odisha Lekha October 18, 2026
ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?