Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସଦର ଥାନାରେ ସାମ୍ବାଦିକ ସମ୍ମିଳନୀ:୪ଲକ୍ଷ ଟଙ୍କାର ବାଣ ଜବତ,୫ଜଣ ଅଭିଯୁକ୍ତ ଗିରଫ

Published April 3, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଲକ୍ଷାଧିକ ଟଙ୍କାର ବାଣ ବିସ୍ଫୋରକ ଜବତ କରିବା ସହ ୫ଜଣ ଅଭିଯୁକ୍ତକୁ ଗିରଫ୍ କରିଛି ନୟାଗଡ଼ ସଦର ଓ ଇଟାମାଟି ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତ ମାନେ ଇଟାମାଟି ଓ ସଦର ଥାନା ଅଞ୍ଚଳର ବୋଲି ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଜ୍ୟୋତି ପ୍ରକାଶ ସମାନ୍ତରାୟ ସୂଚନା ଦେଇଛନ୍ତି। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ କୋରଡ଼ା ଗାଁରେ ବେଆଇନ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ତେବେ ଏହି ବିସ୍ପୋରଣରେ ୬ଜଣ ଗୁରୁତର ଆହାତ ହୋଇଥିବା ବେଳେ ପୋଲିସର ମୁଣ୍ଡ ବିନ୍ଧାର କାରଣ ପାଲଟିଥିଲା। ତେବେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ବେଳେ ଇଟାମାଟି ଥାନା ପୋଲିସ୍ ଓ ସଦର ଥାନା ପୋଲିସକୁ ସାମାନ୍ୟ ସଫଳତା ମିଳିଛି।

ଇଟାମାଟି ପୋଲିସ ଇଟାମାଟି ଅଞ୍ଚଳରୁ ଅଢ଼େଇ ଲକ୍ଷ ଟଙ୍କାର ବେଆଇନ୍ ବାଣ ଜବତ୍ କରିବା ସହ ଇଟାମାଟି ତନ୍ତିସାହିର ନୀଳମାଧବ ସେନାପତି (୪୨), ରାମଚନ୍ଦ୍ର ସାହୁ (୬୫), ପ୍ରକାଶ ସାହୁ (୬୨) ଓ କୁମର ବାଇ (୫୦) ଗିରଫ୍ କରିଛି। ସେପଟେ ନୟାଗଡ଼ ସଦର ପୋଲିସ ମଧ୍ୟ ପଲ୍ଲିଶାସନ ଗାଁରେ ବେଆଇନ ବାଣ ଭିଡୁଥିବା ଖବର ପାଇ ଚଢ଼ାଉ କରିଥିଲା। ତେବେ ଚଢ଼ାଉ ସମୟରେ ଦେଢ଼ ଲକ୍ଷ ଟଙ୍କାର ବାଣ ଓ ବିଭିନ୍ନ ସାମଗ୍ରୀ ଜବତ କରିବା ସହ ଲଡୁକିଶୋର ଭଟ୍ଟ ବ୍ରହ୍ମା(୬୮) ଙ୍କୁ ଗିରଫ କରିଛି। ନୟାଗଡ଼ ଜିଲାରେ କୌଣସି ବ୍ୟକ୍ତି ବିଶେଷଙ୍କୁ ବାଣ ତିଆରି କରିବା ପାଇଁ ଲାଇସେନ୍ସ ଦିଆଯାଇ ନଥିବା ସୂଚନା ଦେଇଛନ୍ତି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସମାନ୍ତରାୟ। ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଇଟାମାଟି ଆଇଆଇସି ପ୍ରିୟବ୍ରତ ରାଉତ, ନୟାଗଡ଼ ସଦର ଥାନା ଆଇଆଇସି ପ୍ରିୟତମା ପ୍ରଧାନ, ଏସଆଇ ମହମ୍ମଦ ଜର୍ଫୁଲା, ଏସଆଇ ସୁଶ୍ରୀ ସଙ୍ଗୀତା ମଙ୍ଗରାଜ, ଏଏସଆଇ ଧିରେନ୍ଦ୍ର ପାତ୍ର, ଏଏସଆଇ ସନ୍ତୋଷ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ଅଭିଯୁକ୍ତ ମାନଙ୍କୁ ଆସନ୍ତାକାଲି ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କଟାଯିବ ବୋଲି ଜଣାପଡ଼ିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 3, 2026 April 3, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?