Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ରେ ଜିଲ୍ଲାସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ

Published August 16, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ସଦର ମହକୁମାସ୍ଥିତ ପୋଲିସ୍ ଟ୍ରେନିଂ ସ୍କୁଲ୍ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅତ୍ୟନ୍ତ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସର ପ୍ରାରମ୍ଭରେ ପ୍ରାତଃ ସାଢ଼େ ୪ଟା ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ରାମଧୂନ୍ ରେକର୍ଡ଼ିଂ ବଜାଯାଇ ସହର ପରିକ୍ରମା କରାଯାଇଥିଲା । ସକାଳ ସାଢ଼େ ୬ଟା ସମୟରେ ପ୍ରଭାତଫେରୀ କାର୍ଯ୍ୟକ୍ରମ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା କରାଯାଇଥିଲା ଏବଂ ସକାଳ ସାଢ଼େ ୭ଟା. ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଏହାପରେ ସକାଳ ୮ ଘଟିକା ସମୟରେ ତ୍ରିନାଥ ଛକ ଠାରେ ଅବସ୍ଥାପିତ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଅଧ୍ୟକ୍ଷ ଜିଲ୍ଲା ପରିଷଦ ଇଂ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ, ପୌର ପରିଷଦ ଉପାଧ୍ଯକ୍ଷ ଗୁରୁ ପ୍ରସାଦ ଜେନା, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ-ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ପୌର ପରିଷଦ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଜାତା କୁମାରୀ ସାହୁ, ବିଭାଗୀୟ ଅଧିକାରୀ ଏବଂ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ବାରା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲେ।

ପରେ ପରେ ସକାଳ ୯ ଘଟିକା ସମୟରେ ପିଟିଏସ. ପଡିଆ ଠାରେ ଜିଲ୍ଲାପାଳ ଶ୍ରୀମତୀ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ପ୍ୟାରେଡ଼ରେ ସମୁଦାୟ ୫୨ ଗୋଟି କଣ୍ଟିଜେଣ୍ଟ ଭାଗ ନେଇଥିଲେ । ଜିଲ୍ଲାପାଳ ନିଜ ଅଭିଭାଷଣରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିବା ସହ ଜିଲ୍ଲାର ପ୍ରଗତି ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଏବଂ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଜାତା କୁମାରୀ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ପୋଲିସ ବିଭାଗର ଅଧିକାରୀ, ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ, ବୁଦ୍ଧିଜୀବୀ, ଗଣମାଧ୍ୟମର ପ୍ରତିନିଧି, ବରିଷ୍ଠ ନାଗରିକ ଏବଂ ଜନସାଧାରଣ ବହୁ ମାତ୍ରାରେ ଯୋଗ ଦେଇ ଏହି ଜାତୀୟ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 16, 2026 August 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?