Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ:ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବୀପତ୍ର ପ୍ରଦାନ

Published August 19, 2025 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା):ପୂର୍ବ ସରକାର ରାଜ୍ୟର ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସାମାଜିକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ଲାଗୁ କରିଥିଲେ । ଏହି ଯୋଜନା ଅଧୀନରେ ରାଜ୍ୟର ମାତ୍ର ୧୫୦୦ରୁ ପାଖାପାଖି ବରିଷ୍ଠ ବୁଣାକାର ମାସିକ ଦୁଇ ହଜାର ଟଙ୍କା ପାଉଛନ୍ତି । ହେଲେ ପରିତାପର ବିଷୟ ଏଯାବତ ଜଣେ ହେଲେବି ହସ୍ତଶିଳ୍ପୀ ଏହି ଯୋଜନାରୁ ଉପକୃତ ହୋଇନାହାନ୍ତି । ଯୋଜନାରେ  କିନ୍ତୁ କଳାକାରଙ୍କ ଭଳି ୪୦ ବର୍ଷର ମହିଳା ଓ ୫୦ ବର୍ଷର ପୁରୁଷ ବୁଣାକାର ଏବଂ ହସ୍ତଶିଳ୍ପୀ ଏହି ଯୋଜନାର ଲାଭାର୍ଥୀ ହୋଇପାରିବେ ବୋଲି ସରକାରୀ ନିୟମ ରହିଛି ।ଠିକ ସେହିଭଳି  ଓଡିଶା ଶିଳ୍ପୀ ମହାସଂଘର ପ୍ରଗାଢ ଉଦ୍ୟମ ବଳରେ ଗଠିତ ହୋଇଥିବା ରାଜ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦର ପରିଚାଳନା ବୋର୍ଡ ରାଜ୍ୟ ସରକାର ଗଠନ କରୁନାହାନ୍ତି ।  ଖଣ୍ଡଗିରି ନିକଟରେ ପରିଷଦର କାର୍ଯ୍ୟାଳୟ ରହିଥିବାବେଳେ ବୋର୍ଡ ଗଠନ ହୋଇନଥିବାରୁ ପରିଷଦ ବର୍ଷେ ହେବ ନିଷ୍କ୍ରିୟ ହୋଇ ପଡିରହିଛି । ଏହି କ୍ରମରେ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା,  ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦକୁ କାର୍ଯ୍ୟକାରୀ କରିବା  ଏବଂ ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରର ବଜେଟକୁ ୫ହଜାର କୋଟି କାରିବା ଦାବୀରେ  ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଆଜି ଓଡିଶା ଶିଳ୍ପୀ ମହାସଂଘ ନୟାଗଡ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଆଜିର ସମାବେଶରେ ସାମିଲ ହୋଇଥିବା କାରିଗର ଓ ବୁଣାକାରଙ୍କ ଦାବି ଥିଲା, ପୂର୍ବ ସରକାର ସମୟରୁ  ଲାଗୁ କରା ଯାଇଥିବା  ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ମାସିକ ଆର୍ଥିକ ସହାୟତା ଯୋଜନାର ନିୟମାନୁଯାୟୀ  ଯୋଗ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ  ଯଥାଶୀଘ୍ର ପ୍ରଦାନ କରିବା । ମାସିକ ସହାୟତା ରାଶିକୁ ଦୁଇ ହଜାରରୁ ବୃଦ୍ଧି କରି ପାଂଚ ହଜାର କରିବା । ତତସହିତ କାରିଗରୀ ବା ବୁଣା କାମରେ ନିୟୋଜିତ ପରିବାରର ସମସ୍ତ ସଦସ୍ୟଙ୍କୁ ଏହି ଯୋଜନାରେ ସାମିଲ କରାଯାଉ । ସୂଚନା ଥାଉକି, ଏହି ଯୋଜନାରେ କଳାକାରଙ୍କ ଭଳି ୪୦ ବର୍ଷରୁ ଉର୍ଦ୍ଧ ମହିଳା ଓ ୫୦ ବର୍ଷରୁ ଉର୍ଦ୍ଧ ପୁରୁଷ ବୁଣାକାର ଏବଂ କାରିଗରଙ୍କୁ ମାସିକ ମାତ୍ର ୨ ହଜାର ଟଙ୍କା ମିଳିବାର ବ୍ୟବସ୍ଥା ରହିଛି । ସେହିଭଳି ୨୦୧୮ ମସିହା ମାର୍ଚ୍ଚ ୨୨ ତାରିଖରେ ଉଦଘାଟିତ ହୋଇଥିଲା  ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦ । ଯାହାର କାର୍ଯ୍ୟାଳୟ ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ନିକଟରେ ରହିଛି । ରାଜ୍ୟ ସରକାର ଓ କାରିଗର ଏବଂ ବୁଣାକାରଙ୍କ ମଧ୍ୟରେ  ସଂପର୍କର ସେତୁ  ଭାବେ କାର୍ଯ୍ୟ କରି ଆସୁଥିବା ଏହି ପରିଷଦର ପରିଚାଳନା ବୋର୍ଡ ଗଠନ କରାଯାଉନଥିବାରୁ ସଂପୂର୍ଣ୍ଣ ନିଷ୍କ୍ରିୟ ହୋଇ ପଡିଛି । ପରିଷଦର କାର୍ଯ୍ୟକାରୀ ବୋର୍ଡକୁ ପୁର୍ନଗଠନ ପୂର୍ବକ ଯଥାଶୀଘ୍ର କାର୍ଯ୍ୟକ୍ଷମ କରାଯାଉ । ସୁଚନା ଥାଉକି,  ଏହି ପରିଷଦର ପରିଚାଳନା ବୋର୍ଡର ସଦସ୍ୟ ଭାବେ ରାଜ୍ୟର ବିଶିଷ୍ଟ ବୁଣାକାର ଓ କାରିଗର ରହିବେ ବୋଲି ବ୍ୟବସ୍ଥା ରହିଛି ।   ପୂର୍ବ ପାଳିରେ ନିପୁଣ ଶିଳ୍ପୀ /ବୁଣାକାରଙ୍କ ଦରମା ବୃଦ୍ଧି, ପ୍ରଶିକ୍ଷାର୍ଥୀଙ୍କ ଭତା ବୃଦ୍ଧି, ଦେଢଶହରୁ ଉର୍ଦ୍ଧ ହସ୍ତଶିଳ୍ପ ଗ୍ରାମ ବା ପୁଂଜର ଚିହ୍ନଟ ପାଇଁ ସାଇନ ବୋର୍ଡ ବ୍ୟବସ୍ଥା, ଶିଳ୍ପୀ ଓ ବୁଣାକାରଙ୍କ ପାଇଁ କର୍ମଶାଳା, ଉତ୍କଳିକା ମାଧ୍ୟମରେ ସାହାଣ ପଥର ଯୋଗାଣ ଓ ଖଣ୍ଡଗିରି ନିକଟରେ ପରିଷଦର କାର୍ଯ୍ୟାଳୟ ପ୍ରତିଷ୍ଠା ଆଦି ଅନେକ ନିଷ୍ପତି ନିଆଯାଇ ପାରିଥିଲା । ଦିନକୁ ଦିନ ରାଜ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସମସ୍ୟା ବଢି ଚାଲିଥିବାରୁ, ଏହି ବିକାଶ ପରିଷଦ ସକ୍ରିୟ ହେବା ଅତ୍ୟନ୍ତ ଜରୁରୀ ଅଟେ । ଉତ୍କର୍ଷ କଳାର ରାଜ୍ୟ ଆମ ଓଡିଶା । କୃଷି ପରେ ଏକ ପ୍ରମୁଖ ସ୍ୱାବଲମ୍ବୀ କ୍ଷେତ୍ର ଭାବେ ଦଶ ଲକ୍ଷରୁ ଉର୍ଦ୍ଧ ଲୋକ ଏହି ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରରେ ନିୟୋଜିତ ଅଛନ୍ତି । ଓଡିଶା ଅସ୍ମିତାର ପରିଚୟ  ଆମ ଶିଳ୍ପୀ ଓ ବୁଣାକାର ଜାତି ଆମ ପାରଂପାରିକ କଳାକାରିଗରୀକୁ ବଂଚାଇ ଆସିବା ସହ ଆମ ରାଜ୍ୟକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛନ୍ତି । ରାଜ୍ୟ ସରକାର କାରିଗର ଓ ବୁଣାକାରଙ୍କ ପାଇଁ ଅନେକ ଯୋଜନା କରିଛନ୍ତି ସତ, ହେଲେ ଆନ୍ତରିକତା ଅଭାବରୁ ଏହି ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଁଚି ପାରୁନି । ପୂର୍ବ ସରକାର କରିଥିବା ଅନେକ ଯୋଜନା  ଏବେର ସରକାର ଜାରି ରଖିଥିବାବେଳେ  ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପ୍ରତି ବୈମାତୃକ ଭାବକୁ ଓଡିଶା ଶିଳ୍ପୀ ମହାସଂଘ ଦୃଢ ନିନ୍ଦା କରିଛି ।  ଇତି ମଧ୍ୟରେ ନୂତନ ସରକାରକୁ ବର୍ଷେ ପୁରି ସାରିଥିବାବେଳେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଦାବିଷ୍ଣୁ ସାଜିଛି ।  ଓଡିଶା ଶିଳ୍ପୀ ମହାସଂଘର ବାରଂବାର ଦାବୀ ସତ୍ୱେ ରାଜ୍ୟ ସରକାର ଆଦୈା କର୍ଣ୍ଣପାତ କରୁ ନାହାନ୍ତି ।  ରାଜ୍ୟର ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପ୍ରତି ଅବିଚାର ପ୍ରତିିବାଦରେ କାରିଗର ବହୁଳ ସମସ୍ତ ଜିଲ୍ଲାରେ ଆନ୍ଦୋଳନ ଗଢି ତୋଳିବାକୁ ଓଡିଶା ଶିଳ୍ପୀ ମହାସଂଘ ନିଷ୍ପତି ନେଇଛି । ଆଜିର ଦାବୀପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲାର ବହୁ କାରିଗର  ସାମିଲ ହୋଇଥିବାବେଳେ ଟ୍ରାଫିକ ଛକରୁୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଏଁ ଆସିଥିଲା । ମହାସଂଘର ରାଜ୍ୟ ସଂପାଦକ ପ୍ରିୟରଂଜନ କର, କାର୍ଯ୍ୟକାରୀ ସମିତି ସଦସ୍ୟ କଳ୍ପତରୁ ପଣ୍ଡା, ନୟାଗଡ ଜିଲ୍ଲା ସଂଯୋଜକ ଶୁଶାନ୍ତ କୁମାର ମହାରଣା, ପବିତ୍ର ମହାରଣା, ହରେକୃଷ୍ଣ ମୁଦୁଲି. ନିର୍ମଳ ଚନ୍ଦ୍ର ସାହୁ, ଭୀମସେନ ମହାରାଣା,ଗୀତାଂଜଳି କର,ପ୍ରମିଳା ମହାରଣା,ସତ୍ୟନାରାୟଣ ବେହେରା,ଦୀନବନ୍ଧୁ ମୁଦୁଲି,ଅଚ୍ୟୁତ ମହାରଣା, ସୁବାସ ମହାରଣା,ବଂଶୀଧର ମୁଦୁଲି ପ୍ରମୁଖ ନେତୃତ୍ୱ ନେଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 19, 2025 August 19, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଜିଲ୍ଲା ଖବରଦୁର୍ଘଟଣା

ସକାଳର ବଡ଼ ଖବର:ଓଲଟିଲା ବସ୍:୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ,୩ଗୁରୁତର

Odisha Lekha August 18, 2026
ଦୁର୍ଘଟଣା

ଅଙ୍ଗନୱାଡ଼ି ଜିଲ୍ଲା ସଭାନେତ୍ରୀଙ୍କ ପରଲୋକ

Odisha Lekha July 6, 2026
ଦୁର୍ଘଟଣା

ଟି ବ୍ରିଜରେ ବଡ଼ ଦୁର୍ଘଟଣା:ବାଇକ୍ ଓ ଅଟୋ ମୁହାଁମୁହିଁ ଧକ୍କା: ବାଇକ୍ ଚାଳକଙ୍କ ମୁଣ୍ଡ ଗଣ୍ଡି ଅଲଗା

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?