Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା

Published August 31, 2026 ଜିଲ୍ଲା ଖବର
SHARE

ବ୍ରହ୍ମପୁର, (ଓଡ଼ିଶା ଲେଖା): ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘ (ODMM) ପକ୍ଷରୁ ବ୍ରହ୍ମପୁରଠାରେ ଏକ କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଛି। ମହାସଂଘର ରାଜ୍ୟ କାର୍ଯ୍ୟକାରୀ ସଭାପତି ସୂର୍ଯ୍ୟକାନ୍ତ ଖେଡ଼ୱାଲସିଂଙ୍କ ନେତୃତ୍ୱରେ ଆୟୋଜିତ ଏହି ଶିବିରରେ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାର ପ୍ରାୟ ୧୦୦ ଜଣ ସଦସ୍ୟ ଯୋଗଦେଇଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଡିଜିଟାଲ ସାମ୍ବାଦିକତା, ମିଡ଼ିଆ ନୀତି, ଖବର ପରିବେଷଣ, ସାମ୍ବାଦିକଙ୍କ ଦାୟିତ୍ୱବୋଧ, ଡିଜିଟାଲ ମିଡ଼ିଆର ସୁଯୋଗ ଓ ସମ୍ଭାବନା ସମେତ ବିଭିନ୍ନ ଦିଗ ଉପରେ ପ୍ରଶିକ୍ଷଣ ଓ ମାର୍ଗଦର୍ଶନ କରାଯାଇଥିଲା। ପ୍ରଥମ ଅଧିବେଶନରେ ଦୈନିକ ‘ସକାଳ’ର ଏଡିସନ୍ ଇନ୍‌ଚାର୍ଜ ଶକ୍ତିଧର ରାଜଗୁରୁ ଯୋଗଦେଇ ସାମ୍ବାଦିକତା ଓ ଖବର ପରିବେଷଣର ବିଭିନ୍ନ ଦିଗ ଉପରେ ସଦସ୍ୟମାନଙ୍କୁ ମାର୍ଗଦର୍ଶନ କରିଥିଲେ।

ଦ୍ୱିତୀୟ ଅଧିବେଶନରେ ବ୍ରହ୍ମପୁର ସାଂସଦ ଡ଼ ପ୍ରଦୀପ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଭଞ୍ଜନଗର ପୌରପାଳିକା ଅଧ୍ୟକ୍ଷ  ଗୋପବନ୍ଧୁ ମହାପାତ୍ର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜର୍ଣ୍ଣାଲିଜମ୍ ଓ ମାସ୍ କମ୍ୟୁନିକେସନ୍ ବିଭାଗ ମୁଖ୍ୟ ଡ଼ ଜୟନ୍ତ କୁମାର ପଣ୍ଡା, ଓଟିଭି ବ୍ରହ୍ମପୁର ବ୍ୟୁରୋ ହେଡ୍ ଅଶୋକ କୁମାର ବ୍ରହ୍ମା, ଗଞ୍ଜାମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ,  ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ମହାସଂଘର ରାଜ୍ୟ କାର୍ଯ୍ୟକାରୀ ସଭାନେତ୍ରୀ ମୀରାବାଈ ଦେଓ, ସାଧାରଣ ସମ୍ପାଦକ କବିରାଜ ପାତ୍ର, ଉପସଭାପତି ବିଜୟାନନ୍ଦ ତ୍ରିପାଠୀ, ରୁଦ୍ର କୁମାର ପାତ୍ର, ପଦ୍ମନ ବାତ୍ରା, ଜୋନାଲ ସଂଗଠନ ସମ୍ପାଦକ ଜି. ଅଜୟ କୁମାର, ଶୁକାନ୍ତ ପ୍ରଧାନ, ଯଦାବ ବାଗ, ବରିଷ୍ଠ ସଦସ୍ୟ ସତୀଶ ପଟ୍ଟନାୟକ ଓ ସୁଶାନ୍ତ ମହାକୁଡ଼ଙ୍କ ସମେତ ବିଭିନ୍ନ ଜିଲ୍ଲାର କାର୍ଯ୍ୟକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ।ଗଞ୍ଜାମ ଜିଲ୍ଲା ସଭାପତି ଅମରେନ୍ଦ୍ର କୁମାର ପଟ୍ଟନାୟକ, ମାଲକାନଗିରି ଜିଲ୍ଲା ସଭାପତି ରାକେଶ କୁଲଦୀପ, ଗଜପତି ଜିଲ୍ଲା ସଂଯୋଜକ ଲକ୍ଷ୍ମୀନାରାୟଣ ଆଚାର୍ଯ୍ୟ ଓ ରାୟଗଡ଼ା ଜିଲ୍ଲା ସଭାପତି ସନ୍ତୋଷ ବଛଙ୍କ ସମେତ ବହୁ ସଦସ୍ୟ ଓ କାର୍ଯ୍ୟକର୍ତ୍ତା ଶିବିରରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ସଦସ୍ୟ ଅରକ୍ଷିତ ପରିଛା ସଂଯୋଜନା କରିଥିଲେ। ଏଥିରେ ଗଞ୍ଜାମ ଜିଲ୍ଲା ଘୁମୁସର ମଣ୍ଡଳ ସମ୍ପାଦକ ଲୋକନାଥ ମହାନ୍ତି, ବ୍ରହ୍ମପୁର ମଣ୍ଡଳ ସମ୍ପାଦକ ବିନୋଦ ପଣ୍ଡା, ବ୍ରହ୍ମପୁର ମଣ୍ଡଳ ଉପସଭାପତି ସତ୍ୟ ନାରାୟଣ ରେଡ୍ଡୀ, ନିଗମାନନ୍ଦ ପଣ୍ଡା, ଘୁମୁସର ମଣ୍ଡଳ ଉପସଭାପତି ସୁବ୍ରତ କୁମାର ଦାଶଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଡିଜିଟାଲ ମିଡ଼ିଆକୁ ଅଧିକ ଦାୟିତ୍ୱଶୀଳ, ନିରପେକ୍ଷ ଓ ବୃତ୍ତିଗତ କରିବା ସହ ସାମ୍ବାଦିକମାନଙ୍କ ଦକ୍ଷତା ବୃଦ୍ଧି ଦିଗରେ ଏଭଳି ପ୍ରଶିକ୍ଷଣ ଶିବିର ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 31, 2026 August 31, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?