Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଯୁବକଙ୍କୁ ନିର୍ମମ ହତ୍ୟା ଅଭିଯୋଗ, ଗଛରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର

Published September 4, 2026 ଅପରାଧ ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଗଛରେ ଝୁଲାଇ ଦିଆଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଘଟଣାଟି ରଣପୁର ଥାନା ଅଞ୍ଚଳର ଭାଲିଆ ତଇଲା ଜଙ୍ଗଲରେ ଘଟିଛି ଏହି ଅଘଟଣ।ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ନୋତର ପଞ୍ଚାୟତ କୋଡ଼ିଏ କାହାଣିଆ ଗ୍ରାମର ମାନସ କୁମାର ବେହେରା ଗତକାଲି କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ହେଲେ ସେ ଆଉ ଘରକୁ ଫେରିନଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ମାନସଙ୍କ ସନ୍ଧାନ ନମିଳିବାରୁ ଇଟାମାଟି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଜି ସକାଳୁ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଧୀନରେ ଥିବା ଗୋପୀନାଥପୁରଭାଲିଆ ତଇଲା ଜଙ୍ଗଲକୁ କିଛି ଲୋକ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ଏକ କାଜୁ ଗଛରେ ଜଣେ ଯୁବକ ଝୁଲୁଥିବା ଦେଖିଥିଲେ। ସ୍ଥାନୀୟ ଲୋକଦର୍ପନାରାୟଣପୁର ଫାଣ୍ଡି ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମାନସଙ୍କ ପରିବାରକୁ ଖବର ଦିଆଯାଇଥିଲା। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟି ମାନସଙ୍କର ବୋଲି ଚିହ୍ନଟ କରିଥିବା ଜଣାପଡ଼ିଛି। ଖବର ପାଇ ରଣପୁର ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ, ମାନସଙ୍କୁ ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ପ୍ରମାଣ ନଷ୍ଟ କରିବା ପାଇଁ ଗଛରେ ଝୁଲାଇ ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସର ତଦନ୍ତ ପରେ ହିଁ ଘଟଣାର ପ୍ରକୃତ ରହସ୍ୟ ଉନ୍ମୋଚନ ହେବ।

Preloader Image
IMG-20261018-WA0166
IMG-20260108-WA0001
IMG-20261018-WA0101
Odisha Lekha September 4, 2026 September 4, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବିସିସିଆଇର ମୁଖ୍ୟ ଚୟନକର୍ତ୍ତା ହେଲେ ପ୍ରଜ୍ଞାନ ଓଝା
ଖେଳ
ଗାଁ ମଞ୍ଚରେ ସମ୍ବର୍ଦ୍ଧିତ ହେଲେ ସୁନନ୍ଦା:କଂଗ୍ରେସ ସମର୍ଥିତ ଛାତ୍ରୀ ଉପସଭାପତିଙ୍କୁ ସମ୍ମାନିତ କଲେ ବିଜେପି ବିଧାୟକ
ଆଞ୍ଚଳିକ ଖବର
ଦଶହରାରେ ସଂଗ୍ରାମଙ୍କ ନିଆରା ପଦକ୍ଷେପ :ମହିଳାଙ୍କ ଓଠରେ ହସ ଫୁଟାଇଲେ ଡିଜିଟାଲ କ୍ରିଏଟର ସଂଗ୍ରାମ ଦାସ ଓ ତାଙ୍କ ପରିବାର
ସ୍ୱତନ୍ତ୍ର ଖବର
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରମନୋରଞ୍ଜନ

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Odisha Lekha October 17, 2026
ଅପରାଧ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ

Odisha Lekha October 17, 2026
ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ

Odisha Lekha October 17, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?