Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Published September 4, 2026 ଜିଲ୍ଲା ଖବର ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ରୁ ଭୁବନେଶ୍ୱର ଯାଉଥିବା ନୀଳକଣ୍ଠେଶ୍ୱର ଯାତ୍ରୀବାହୀ ବସ ଭୟାବହ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଉଁସିଆପଡ଼ା ଛକ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିବା ଜଣାପଡ଼ିଛି। ଦୁର୍ଘଟଣାରେ ବସର ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଏକାଧିକ ଯାତ୍ରୀ ଗୁରୁତର ଥିବା ସୂଚନା ମିଳିଛି। ଦୁର୍ଘଟଣା ଖବର ପାଇ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଜିଲ୍ଲାପାଳ ମଧୁମିତା ରଥ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମ୍ମାଦର ଓ ଏସଡିପିଓ ସୃଷ୍ଟି ପ୍ରଧାନ ଘଟଣାସ୍ଥଳରେ ପହଞ୍ଚିଥିଲେ। ସ୍ଥାନୀୟ ଲୋକଙ୍କ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଗୁରୁତର ଆହତଙ୍କ ମଧ୍ୟରୁ କେତେକଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱର ରେଫର କରାଯାଇଛି। ଇଟାମାଟି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସଟି କେଉଁ ପରିସ୍ଥିତିରେ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା, ସେନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Preloader Image
IMG-20261018-WA0166
IMG-20261020-WA0023
IMG-20260108-WA0001
Odisha Lekha September 4, 2026 September 4, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0

ଶୁଭେଚ୍ଛା ବାର୍ତ୍ତା

ଅଧିକ ପଢନ୍ତୁ

ଜିଲ୍ଲା ଖବରମନୋରଞ୍ଜନ

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Odisha Lekha October 17, 2026
ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ

Odisha Lekha October 17, 2026
ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?