Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପଠାଣି ସାମନ୍ତ ସଂସ୍କୃତି ଭବନରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ:ଗୁରୁଙ୍କ ଗୁରୁତ୍ୱକୁ ଆଗକୁ ବଢ଼ାଇବାର ଆବଶ୍ୟକତା ରହିଛି:ଅରୁଣ

Published September 5, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଯାଇଛି। ଗୁରୁଙ୍କ ଅବଦାନ ଓ ଶିକ୍ଷା କ୍ଷେତ୍ରରେ ସେମାନଙ୍କ ଭୂମିକାକୁ ସ୍ମରଣ କରିବା ସହ ଅବସରପ୍ରାପ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦେଇ ଗୁରୁଙ୍କ ଗୁରୁତ୍ୱକୁ ଆହୁରି ଆଗକୁ ବଢ଼ାଇବାର ଆବଶ୍ୟକତା ରହିଥିବା କହିଥିଲେ। ସମାଜ ଗଠନ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣରେ ଗୁରୁମାନଙ୍କ ଅବଦାନ ଅତୁଳନୀୟ ବୋଲି ସେ ମତ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଗୁରୁ ସମ୍ବର୍ଦ୍ଧନା ଉତ୍ସବରେ ଶତାଧିକ ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗଦେଇଥିଲେ। ବିଧାୟକ ଡ଼ ଅରୁଣ କୁମାର ସାହୁ ସମସ୍ତ ଅବସରପ୍ରାପ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଆଶୀର୍ବାଦ ଲାଭ କରିଥିଲେ। ଏହି ଅବସରରେ ଗୁରୁ-ଶିଷ୍ୟ ପରମ୍ପରାର ମହତ୍ତ୍ୱ, ଶିକ୍ଷକଙ୍କ ତ୍ୟାଗ ଓ ସମାଜ ପ୍ରତି ସେମାନଙ୍କ ଅବଦାନକୁ ନେଇ ଆଲୋଚନା ହୋଇଥିଲା। ଉତ୍ସବରେ ଯୋଗଦେଇଥିବା ଅବସରପ୍ରାପ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନେ ମଧ୍ୟ ଏହି ସମ୍ମାନ ପାଇଁ ଆୟୋଜକଙ୍କୁ କୃତଜ୍ଞତା ଜଣାଇଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 5, 2026 September 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ:ଚୁଲି ଚାନ୍ଦା ଆଦାୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ
ଜିଲ୍ଲା ଖବର
ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଦୁର୍ଘଟଣା
ବଡ଼ମ୍ବା ରତାପାଟରେ ଗୁରୁଙ୍କୁ ପୂଜିଲେ ବିଜୟ:ଗୁରୁଦିବସରେ ବିଶାଳ ଶିକ୍ଷକ ସମାବେଶ, ୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ ସମ୍ବର୍ଦ୍ଧିତ
ଆଞ୍ଚଳିକ ଖବର
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଦିବସ ପାଳନ: ଗୁରୁ ମା, ଗୁରୁଜୀଙ୍କୁ ପୂଜାର୍ଚ୍ଚନା କଲେ ଛାତ୍ରଛାତ୍ରୀ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ:ଚୁଲି ଚାନ୍ଦା ଆଦାୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ

Odisha Lekha September 5, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା କାରାଗାରରେ ଜିଲ୍ଲାପାଳ: ଦକ୍ଷତା ଭିତ୍ତିକ ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟିତ

Odisha Lekha September 5, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
ଜିଲ୍ଲା ଖବର

ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟା ମନ୍ଦିରରେ ଭବ୍ୟ ଜନ୍ମାଷ୍ଟମୀ ଉତ୍ସବ

Odisha Lekha September 4, 2026
ଜିଲ୍ଲା ଖବର

ବାଲୁଗାଁ ଯୁବ ସରପଞ୍ଚ ମନୋଜଙ୍କ ପରଲୋକ: ଶୋକାକୂଳ ପରିବେଶରେ ଶେଷକୃତ୍ୟ: କ୍ୟାଣ୍ଡେଲ୍ ଜାଳି ନୀରବ ପ୍ରାର୍ଥନା କଲେ ଛାତ୍ର ଓ ଯୁବ ବିଜେଡି

Odisha Lekha September 4, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?