Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା କାରାଗାରରେ ଜିଲ୍ଲାପାଳ: ଦକ୍ଷତା ଭିତ୍ତିକ ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟିତ

Published September 5, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା କାରାଗାର ପରିସରରେ ଶନିବାର ସ୍ୱାବଲମ୍ବନ ଭିତ୍ତିକ ଦକ୍ଷତା ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଏସ୍‌ଡିପିଓ ସୃଷ୍ଟି ପ୍ରଧାନ, ଜିଲ୍ଲା କାରାଗାର ଅଧୀକ୍ଷକ ବାବୁଲି ବାରିକ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀ ଏବଂ ଜନ ଶିକ୍ଷଣ ସଂସ୍ଥାନର ନିର୍ଦ୍ଦେଶକ ମନୋଜ କୁମାର ସେଠୀଙ୍କ ସମେତ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ। ଉଦ୍‌ଘାଟନୀ ଅଭିଭାଷଣରେ ଜିଲ୍ଲାପାଳ କାରାଗାର ହିତାଧିକାରୀମାନେ କାରାଗାରରେ ଥିବା ସମୟରେ ଦକ୍ଷତା ହାସଲ କରିବା ସହିତ ମୁକ୍ତ ହେବା ପରେ ମଧ୍ୟ ନିଜ ଦକ୍ଷତାକୁ ଉପଯୋଗ କରି ସ୍ୱାବଲମ୍ବୀ ହେବା ଉପରେ ଗୁରୁତ୍ୱ ଦେଇଥିଲେ। ଆଗାମୀ ଦିନରେ ତାଲିମପ୍ରାପ୍ତ ହିତାଧିକାରୀଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବଜାର ସୃଷ୍ଟି ଓ ବିକ୍ରି ବ୍ୟବସ୍ଥା କରିବା ଦିଗରେ ଆବଶ୍ୟକ ସହଯୋଗ କରିବାକୁ କାରାଗାର ଅଧୀକ୍ଷକ ଓ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ। ନୟାଗଡ଼ ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ହିତାଧିକାରୀମାନଙ୍କୁ ତାଲିମ ଉପକରଣ ବଣ୍ଟନ କରାଯାଇଥିଲା।

ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉପକରଣଗୁଡ଼ିକ ବଣ୍ଟନ କରିଥିଲେ। ପରେ ଅତିଥିମାନେ କାରାଗାର ପରିସରରେ ତାଲିମ ମାଧ୍ୟମରେ ପ୍ରସ୍ତୁତ ହେବାକୁ ଥିବା ବିଭିନ୍ନ ସାମଗ୍ରୀର ନମୁନା ପରିଦର୍ଶନ କରିଥିଲେ। ଶେଷରେ ଜନ ଶିକ୍ଷଣ ସଂସ୍ଥାନର ନିର୍ଦ୍ଦେଶକ ମନୋଜ କୁମାର ସେଠୀ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ବିଭାଗ ଏବଂ ଜିଲ୍ଲା କାରାଗାର କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଦକ୍ଷତା ତାଲିମ ଭବିଷ୍ୟତରେ କାରାଗାର ହିତାଧିକାରୀଙ୍କୁ ସ୍ୱାବଲମ୍ବୀ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ ପାଇଛି।

Preloader Image
IMG-20261018-WA0166
IMG-20261020-WA0023
IMG-20260108-WA0001
Odisha Lekha September 5, 2026 September 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0

ଶୁଭେଚ୍ଛା ବାର୍ତ୍ତା

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ବିଦ୍ୟୁତ ଡିଭିଜନରେ କର୍ମଚାରୀ ଅଭାବ: ୨୩ ଲାଇନମ୍ୟାନଙ୍କ ଛଟେଇ ଉଦ୍ୟମକୁ ବିରୋଧ:୭ ଦିନ ମଧ୍ୟରେ ସମାଧାନ ନହେଲେ ହାଇକୋର୍ଟ ଯିବେ କଂଗ୍ରେସ ସଭାପତି ରଣଜିତ ଦାଶ

Odisha Lekha October 21, 2026
ଜିଲ୍ଲା ଖବର

ନୟାଗଡ଼ରେ ପାଳିତ ହେଲା ୬୭ତମ ପୋଲିସ ଶହୀଦ ଦିବସ:ଶହୀଦ ପୋଲିସ କର୍ମଚାରୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କଲେ ଆରକ୍ଷୀ ଅଧିକ୍ଷକ

Odisha Lekha October 21, 2026
ଜିଲ୍ଲା ଖବରମନୋରଞ୍ଜନ

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Odisha Lekha October 17, 2026
ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?