Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
    • ଜିଲ୍ଲା ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Published September 6, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ନିକଟସ୍ଥ ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ମିଥୁନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଆଜିର ପ୍ରତିଯୋଗିତାମୂଳକ ସମୟରେ ଛାତ୍ରଛାତ୍ରୀଙ୍କ ଅଗ୍ରଗତି ଓ ସଫଳତା ପାଇଁ ଅଭିଭାବକଙ୍କ ସକ୍ରିୟ ଭୂମିକା ଅତ୍ୟନ୍ତ ଜରୁରୀ। ଶିକ୍ଷାନୁଷ୍ଠାନ କେବଳ ପାଠପଢ଼ାରେ ସୀମିତ ନରହି ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେବା ସହ ସହ-ପାଠ୍ୟକ୍ରମ କାର୍ଯ୍ୟକଳାପକୁ ମଧ୍ୟ ସମାନ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବିଧାୟକ ଡ଼ ସାହୁ ବକ୍ତବ୍ୟ ରଖିଥିଲେ। ସେହିପରି ସମ୍ମାନିତ ଅତିଥି ସମାଜସେବୀ ଇରାନୀ ରାୟ ଛାତ୍ରଛାତ୍ରୀଙ୍କୁ ବାପା-ମାଆଙ୍କ ସହ ଗୁରୁଜନଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ରଖିବାକୁ ପରାମର୍ଶ ଦେଇଥିଲେ।

ସେ କହିଥିଲେ, “ବାପା-ମାଆଙ୍କ ସହ ଗୁରୁମାନଙ୍କୁ ଶ୍ରଦ୍ଧା କର, ସମ୍ମାନ ଦିଅ, ଦେଖିବ ଭବିଷ୍ୟତ ନିଶ୍ଚୟ ଉଜ୍ଜ୍ୱଳ ହେବ।” ଅନ୍ୟତମ ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ଉପଦେଷ୍ଟା ଶଶାଙ୍କ ଶେଖର ସ୍ୱାଇଁ ଯୋଗଦେଇଥିଲେ। ଉତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଯାଦୁକର ଜେ. କେ. କ୍ରିଷ୍ଣାଙ୍କ ଚିତ୍ତାକର୍ଷକ ଯାଦୁ ପ୍ରଦର୍ଶନ ଉପସ୍ଥିତ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଅତିଥିମାନଙ୍କୁ ବେଶ୍ ଆକର୍ଷିତ କରିଥିଲା। ୨୦୨୪ ମସିହାରେ ମାତ୍ର ୧୪ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ସାଇ ଶିକ୍ଷା ନିକେତନରେ ବର୍ତ୍ତମାନ ୩୧୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ମାତ୍ର ଦୁଇ ବର୍ଷ ମଧ୍ୟରେ ଅନୁଷ୍ଠାନର ଏହି ଉଲ୍ଲେଖନୀୟ ଅଗ୍ରଗତିକୁ ନେଇ ଅତିଥି ଓ ଅଭିଭାବକମାନେ ଖୁସି ପ୍ରକାଶ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଉତ୍ସବଟି ସଫଳତାର ସହ ସମ୍ପନ୍ନ ହୋଇଥିଲା। ଜେ. କେ. କ୍ରିଷ୍ଣା ମଞ୍ଚ ସଂଯୋଜନା କରିଥିଲେ।

Preloader Image
IMG-20261018-WA0166
IMG-20261020-WA0023
IMG-20260108-WA0001
Odisha Lekha September 6, 2026 September 6, 2026
Share This Article
Facebook Twitter Whatsapp Whatsapp
What do you think?
Love1
Sad0
Happy0
Angry0
Surprise0
Dead0
Wink0

ଶୁଭେଚ୍ଛା ବାର୍ତ୍ତା

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?