ଓଡ଼ଗାଁ, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ପ୍ରସିଦ୍ଧ ଓଡ଼ଗାଁ ଶ୍ରୀରଘୁନାଥଙ୍କ ପୀଠରେ ଆଜି ପବିତ୍ର ସୁନିଆ ଦିବସ ପାଳିତ ହେଉଛି। ଏହି ଅବସରରେ ମହାପ୍ରଭୁ ରଘୁନାଥ ସୁନାବେଶରେ ସୁସଜ୍ଜିତ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି।ସୁନିଆ ଦିବସ ଅବସରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବା ସହ ମହାପ୍ରଭୁଙ୍କୁ ବିଭିନ୍ନ ସୁବର୍ଣ୍ଣ ଅଳଙ୍କାରରେ ଭୂଷିତ କରାଯାଇଛି। ସୁନାବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଓଡ଼ଗାଁ ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଛି।ମନ୍ଦିର ପରିସରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିବା ବେଳେ ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରି ଆଶୀର୍ବାଦ ଲାଭ କରୁଛନ୍ତି। ସୁନିଆ ଦିବସରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ପରିଲକ୍ଷିତ ହୋଇଛି।

