ନୟାଗଡ଼, (ଓଡ଼ିଶା ଲେଖା): ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେ ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।ବାଚସ୍ପତିଙ୍କ ଚିକିତ୍ସା ପାଇଁ ଡାକ୍ତରୀ ଟିମ୍ ନିୟୋଜିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଚିକିତ୍ସକମାନେ ନିରନ୍ତର ନଜର ରଖିଥିବା ଜଣାପଡ଼ିଛି।ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏମ୍ସରେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଜାଣିଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଶୀଘ୍ର ସୁସ୍ଥତା କାମନା କରିଥିବା ଜଣାପଡ଼ିଛି।ବାଚସ୍ପତିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଏମ୍ସ ପକ୍ଷରୁ ଅଧିକ ବିସ୍ତୃତ ଚିକିତ୍ସା ସୂଚନା ସାର୍ବଜନୀନ ହୋଇନାହିଁ।

