Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଲଗାଣ ବର୍ଷାରେ କଲବଲ ଖେଡ଼ବାରଣା ଗ୍ରାମବାସୀ : ଗାଁକୁ ପଶିଲା କୁସୁମୀ ଓ ଲୁଣିଝରା ନଦୀର ବନ୍ୟାଜଳ : ଭୟଭୀତ ଗ୍ରାମବାସୀ : ଅଗ୍ନିଶମ ବାହିନୀ ମୁତୟନ

Published September 25, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଲଗାଣ ବର୍ଷା ଯୋଗୁଁ ନୟାଗଡ଼ ସଦର ବ୍ଲକ ଅନ୍ତର୍ଗତ ନାଟୁଗାଁ ପଞ୍ଚାୟତର ଖେଡ଼ବାରଣା ଗାଁରେ ବନ୍ୟାଜଳ ପଶିବାରୁ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗାଁର ଚାରିପାଖ କୁସୁମୀ ଓ ଲୁଣିଝରା ନଦୀ ଘେରି ରହିଥିବା ବେଳେ ଲଗାଣ ବର୍ଷା ପରେ ଉଭୟ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ବନ୍ୟାଜଳ ଚାପ ଯୋଗୁଁ ନଦୀରେ ଘାଇ ସୃଷ୍ଟି ହୋଇ ଗାଁ ଭିତରକୁ ପାଣି ପଶିଥିବା ଜଣାପଡ଼ିଛି। ହଠାତ୍ ଗାଁ ଭିତରକୁ ବନ୍ୟାଜଳ ପ୍ରବେଶ କରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ସ୍ଥାନୀୟ ସରପଞ୍ଚ ସାଗରବାଳା ବରାଡ଼ଙ୍କ ପ୍ରତିନିଧି ଭଗବାନ ଜେନା ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ବ୍ଲକ ଓ ଜିଲ୍ଲା ପ୍ରଶାସନକୁ ଅବଗତ କରାଇଥିଲେ। ଖବର ପାଇ ଜିଲ୍ଲା ପ୍ରଶାସନର ଡେପୁଟି କଲେକ୍ଟର ତପତି ରାଜ ଓ ତହସିଲଦାର ରାଜେଶ କେଶରୀ ସ୍ୱାଇଁ ଘଟଣାସ୍ଥଳରେ ପହଞ୍ଚି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ପରେ ସ୍ଥିତି ସମ୍ପର୍କରେ ଜିଲ୍ଲାପାଳଙ୍କୁ ରିପୋର୍ଟ କରାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଗାଁରେ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥିତି ଉପରେ ନଜର ରଖିଛି। ଗାଁରୁ ବନ୍ୟାଜଳ ନିଷ୍କାସନ ପାଇଁ ଆବଶ୍ୟକ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି। ବର୍ଷା ଜାରି ରହିଲେ ସ୍ଥିତି ଅଧିକ ଗମ୍ଭୀର ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 25, 2026 September 25, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise1
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?