ଭୁବନେଶ୍ୱର, (ଓଡ଼ିଶା ଲେଖା): ମହାନଦୀ ଜଳ ବିବାଦକୁ ନେଇ ଆଜି ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ୪ଟାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏଥିସହ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ମଧ୍ୟ ବୈଠକରେ ସାମିଲ ହେବେ। ଦୀର୍ଘଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଏବଂ ଜଳ ବଣ୍ଟନ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ଦୁଇ ରାଜ୍ୟ ମଧ୍ୟରେ ମହାନଦୀ ଜଳ ବ୍ୟବହାରକୁ ନେଇ ରହିଥିବା ବିବାଦର ସମାଧାନ ଦିଗରେ ଏହି ବୈଠକ ଗୁରୁତ୍ୱ ବହନ କରୁଛି।

