Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମହାନ ସଂସ୍କାରକ ଶ୍ରୀବତ୍ସ ପଣ୍ଡାଙ୍କ ୧୫୬ତମ ଜୟନ୍ତୀ ଉତ୍ସବ

Published October 3, 2026 ଆଞ୍ଚଳିକ ଖବର
SHARE

ଭଞ୍ଜନଗର, (ଓଡ଼ିଶା ଲେଖା): ଭଞ୍ଜନଗର ନିକଟସ୍ଥ ତନରଡାସ୍ଥିତ ଶ୍ରୀବତ୍ସ ଗୋରକ୍ଷାଶ୍ରମରେ ମହାନ ସଂସ୍କାରକ ଶ୍ରୀବତ୍ସ ପଣ୍ଡାଙ୍କ ୧୫୬ତମ ଜୟନ୍ତୀ ଉତ୍ସବ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଶିକ୍ଷା ଓ ସମାଜ ସଂସ୍କାର କ୍ଷେତ୍ରରେ ବିପ୍ଳବାତ୍ମକ ପରିବର୍ତ୍ତନ ଆଣିବା ଦିଗରେ ସ୍ୱର୍ଗତ ଶ୍ରୀବତ୍ସ ପଣ୍ଡାଙ୍କର ଅତୁଳନୀୟ ଅବଦାନ ରହିଥିବା ବକ୍ତାମାନେ ମତପ୍ରକାଶ କରିଥିଲେ। ଧନୀ ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ସେ ଅତ୍ୟନ୍ତ ସରଳ, ନିଷ୍କପଟ ଓ ଧାର୍ମିକ ଚିନ୍ତାଧାରାରେ ଜୀବନଯାପନ କରୁଥିଲେ। ବେଦ-ବେଦାନ୍ତର ପ୍ରଚାର ସହ ବିଭିନ୍ନ ସଂସ୍କାରମୂଳକ କାର୍ଯ୍ୟରେ ସେ ନିଜକୁ ନିୟୋଜିତ କରିଥିଲେ। ଗୋରକ୍ଷା ଓ ଗୋସେବା କ୍ଷେତ୍ରରେ ମଧ୍ୟ ଶ୍ରୀବତ୍ସ ପଣ୍ଡାଙ୍କର ବିଶେଷ ଅବଦାନ ଥିଲା। ତାଙ୍କ ସ୍ମୃତିରେ ଗଢ଼ିଉଠିଥିବା ଶ୍ରୀବତ୍ସ ଗୋରକ୍ଷାଶ୍ରମ ପକ୍ଷରୁ ପ୍ରତିବର୍ଷ ତାଙ୍କ ଜୟନ୍ତୀ ପାଳନ କରାଯାଉଛି। ଏହି ପବିତ୍ର ଅବସରରେ ବିଶ୍ୱଶାନ୍ତି କାମନା କରି ୧୦୮ କୁଣ୍ଡୀୟ ବିଶ୍ୱଶାନ୍ତି ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଯଜ୍ଞ ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମରେ ଆଶ୍ରମର ସଦସ୍ୟଙ୍କ ସମେତ ବହୁ ଭକ୍ତ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସଭାପତି ଆଚାର୍ଯ୍ୟ ଡ଼ ସୁଦର୍ଶନ ଦେବ ଯୋଗଦେଇଥିବା ବେଳେ ସମ୍ପାଦକ ଗୋପବନ୍ଧୁ ସାହୁ, ସଂଚାଳକ ଆଚାର୍ଯ୍ୟ ଶୃତିପ୍ରିୟ ଶାସ୍ତ୍ରୀ, କୋଷାଧ୍ୟକ୍ଷ ଏ. ସନ୍ତୋଷ ଆଚାରୀ, ଡ଼ ଉଷା ମୁନୀ, ସ୍ୱାମୀ ଆତ୍ମାନନ୍ଦ ସରସ୍ୱତୀ, କୈଳାଶ ନନ୍ଦ, ପୁରସ୍ତମ, ଟ୍ରଷ୍ଟି ସୁବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟ ଆକର୍ଷଣ ଭାବେ ରାଜ୍ୟ ବିଜେପି ପ୍ରବକ୍ତା ଶ୍ରୀ ଲକ୍ଷ୍ମଣ ପଣ୍ଡା ଯୋଗଦେଇ ଶ୍ରୀବତ୍ସ ପଣ୍ଡାଙ୍କ ଜୀବନ, ଆଦର୍ଶ ଓ ସମାଜ ସଂସ୍କାରମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଆଶ୍ରମର ସମସ୍ତ ସଦସ୍ୟଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁଚାରୁରୂପେ ସମାପିତ ହୋଇଥିଲା। ପରିଶେଷରେ ଉପସ୍ଥିତ ଭକ୍ତ ଓ ଅତିଥିମାନଙ୍କ ପାଇଁ ଅନ୍ନ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା।

ରିପୋର୍ଟ: ରବି ନାରାୟଣ ଦାଶ

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 3, 2026 October 3, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
ଆଞ୍ଚଳିକ ଖବର

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକରୁ ନାଗସାପ ଉଦ୍ଧାର

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?