Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦଶହରା ପୂର୍ବରୁ ହେବ ଛାତ୍ର ସଂସଦ ନିର୍ବାଚନ ଛାତ୍ର :୧୫ରେ ନିର୍ବାଚନ, ୧୬ରେ ଶପଥ ଗ୍ରହଣ:ଛାତ୍ର ସଂସଦ ନିର୍ବାଚନକୁ ନେଇ ସରଗରମ କଲେଜ କ୍ୟାମ୍ପସ

Published October 5, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଦୀର୍ଘ ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଦଶହରା ପୂର୍ବରୁ ଅର୍ଥାତ ଆସନ୍ତା ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାର ପରଦିନ, ଅର୍ଥାତ୍ ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୭ ତାରିଖରେ ସମ୍ପୃକ୍ତ କଲେଜଗୁଡ଼ିକ ପକ୍ଷରୁ ନିର୍ବାଚନ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ। ୯ ତାରିଖରେ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ଛାତ୍ର ସଂସଦ ନିର୍ବାଚନ ସମାପ୍ତ ହେବା ପରେ ଦଶହରା ଛୁଟି ହେବ ବୋଲି ମଧ୍ୟ ଜଣାପଡ଼ିଛି। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ମହଲରେ ଉତ୍ସାହ ବଢ଼ିଥିବା ବେଳେ କଲେଜ କ୍ୟାମ୍ପସଗୁଡ଼ିକରେ ରାଜନୈତିକ ଓ ଛାତ୍ରୀୟ କାର୍ଯ୍ୟକଳାପ ମଧ୍ୟ ସରଗରମ ହେବାର ଆଶା ଦେଖାଦେଇଛି।ବିଶେଷକରି ନୟାଗଡ଼ ଜିଲ୍ଲାର ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଣ୍ଠା ବଢ଼ିଛି। ତାରିଖ ଘୋଷଣା ହେବା ମାତ୍ରେ ସମ୍ଭାବ୍ୟ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକମାନେ ନିଜ ନିଜ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଇଛନ୍ତି। କିଏ କେଉଁ ପଦବୀ ପାଇଁ ମଇଦାନକୁ ଓହ୍ଲାଇବେ ଏବଂ କେଉଁ ଗୋଷ୍ଠୀ କାହାକୁ ସମର୍ଥନ କରିବ—ତାହାକୁ ନେଇ କ୍ୟାମ୍ପସରେ ଚର୍ଚ୍ଚା ଜୋର ଧରିଛି। ନିର୍ବାଚନ ପାଇଁ ଆଉ କମ୍ ସମୟ ଥିବାରୁ ଛାତ୍ରନେତା ଓ ସମର୍ଥକମାନେ ଏବେଠାରୁ ନିଜ ସମର୍ଥନ ଜୁଟାଇବା ଏବଂ ପ୍ରଚାର ରଣନୀତି ପ୍ରସ୍ତୁତ କରିବାରେ ବ୍ୟସ୍ତ ହୋଇପଡ଼ିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 5, 2026 October 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
ଜିଲ୍ଲା ଖବର

ରାଜ୍ୟ ପୋଲିସ ଡ୍ୟୁଟି ମିଟ୍‌ରେ ଏସ୍‌ଆଇ ସ୍ୱାଗତଙ୍କ କୃତିତ୍ୱ

Odisha Lekha October 11, 2026
ଜିଲ୍ଲା ଖବର

କଲେଜ ଅଧ୍ୟକ୍ଷଙ୍କୁ ବିଧାୟକ ଅରୁଣଙ୍କ ଚେତାବନୀ : ହାଇକୋର୍ଟର ଦ୍ୱାର ଖଟଖଟେଇବି,ଆପଣଙ୍କୁ ଟାଣିକି ନେବି

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?