Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Published October 14, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଲକ୍ଷ୍ୟରେ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଖଣ୍ଡପଡ଼ା ବିଧାୟକ ଇଂ ଦୁଷ୍ମନ୍ତ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଜିଲ୍ଲାର ବିକାଶମୂଳକ ଯୋଜନା ଓ ବଜେଟ୍ ସମ୍ପର୍କରେ ଆଲୋଚନା କରାଯାଇଛି । ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲାପାଳ ମଧୁମିତା ରଥ, ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଓ ଯୁଗ୍ମ ନିର୍ଦ୍ଦେଶକ ବିଦ୍ୟାଧର ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକର ପ୍ରାରମ୍ଭରେ ଜିଲ୍ଲାପାଳ ମଧୁମିତା ରଥ ଉପସ୍ଥିତ ଜନପ୍ରତିନିଧି, ସରକାରୀ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ସ୍ୱାଗତ କରିବା ସହ ଜିଲ୍ଲା ଯୋଜନା କମିଟିର ଉଦ୍ଦେଶ୍ୟ ଓ ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ୨୦୨୪-୨୫, ୨୦୨୫-୨୬ ଓ ୨୦୨୬-୨୭ ଆର୍ଥିକ ବର୍ଷର ଜିଲ୍ଲା ଯୋଜନା ଖସଡ଼ା ଉପସ୍ଥାପନ କରାଯାଇ ଆଲୋଚନା ହୋଇଥିଲା। ଜିଲ୍ଲାବାସୀଙ୍କ ଆବଶ୍ୟକତା ଓ ସ୍ଥାନୀୟ ସମ୍ବଳକୁ ଆଧାର କରି ବିକାଶମୂଳକ ଯୋଜନା ପ୍ରସ୍ତୁତ ହୋଇଥିବା ସେ କହିଥିଲେ। ରାସ୍ତାଘାଟ, ପାନୀୟ ଜଳ, ଜଳସେଚନ, ସ୍ୱାସ୍ଥ୍ୟ, ଶିକ୍ଷା, ପୋଷଣ, କୃଷି, ମହିଳା ଓ ଶିଶୁ ବିକାଶ ତଥା ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ଯୋଜନାରେ ପ୍ରାଥମିକତା ଦିଆଯାଇଛି।

ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଜିଲ୍ଲାର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ସରକାରୀ ଯୋଜନାର ସୁଫଳ ସମାଜର ଶେଷ ଧାଡ଼ିରେ ଥିବା ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଜିଲ୍ଲାର ପ୍ରକୃତ ଆବଶ୍ୟକତା ଅନୁସାରେ ସମ୍ବଳ ଓ ବଜେଟ୍‌ର ସମାନୁପାତିକ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ। ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସନ୍ତୁଳିତ ବିକାଶ, କୃଷି ଓ ଜଳସେଚନର ଉନ୍ନତି, ମାତୃ ଓ ଶିଶୁମୃତ୍ୟୁ ହ୍ରାସ, ଉନ୍ନତ ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ ଏବଂ ଭିତ୍ତିଭୂମି ବିକାଶ ଉପରେ ନିଜ ମତ ରଖିଥିଲେ। ବାଚସ୍ପତି ସୁରମା ପାଢ଼ୀ ଜିଲ୍ଲାରେ ଶିଳ୍ପାୟନର ସୀମିତ ସୁଯୋଗକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳର ଯୁବକଯୁବତୀଙ୍କ ପାଇଁ ଆତ୍ମନିଯୁକ୍ତି ସୃଷ୍ଟି ଏବଂ ମହିଳାମାନଙ୍କୁ ଉତ୍ପାଦିକା ଗୋଷ୍ଠୀ ମାଧ୍ୟମରେ ସଶକ୍ତ କରିବା ସହ ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଜୋର୍ ଦେଇଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ସୁରେଶ ପୂଜାରୀ ନୟାଗଡ଼ ଜିଲ୍ଲାର ପର୍ଯ୍ୟଟନ ଓ ଜଳସେଚନ କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ଜିଲ୍ଲାର ନିଜସ୍ୱ ସମ୍ବଳ ସୀମିତ ଥିଲେ ମଧ୍ୟ ସରକାରୀ ଅନୁଦାନ ଓ ପ୍ରଶାସନିକ କ୍ଷମତାର ସଠିକ୍ ଉପଯୋଗ କରି ନୟାଗଡ଼କୁ ଏକ ବିକଶିତ ଜିଲ୍ଲାରେ ପରିଣତ କରିବା ପାଇଁ ସମସ୍ତେ ନିଷ୍ଠା ଓ ସଚ୍ଚୋଟତାର ସହ ସାମୂହିକ ଭାବେ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ। ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଇଂ ଦୁଷ୍ମନ୍ତ ସ୍ୱାଇଁ ନୟାଗଡ଼ର କଳା, ସାହିତ୍ୟ, ସଂସ୍କୃତି, କୃଷି ଓ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତି ଉପରେ ଆଲୋକପାତ କରିଥିଲେ। ଜିଲ୍ଲାର ରାସ୍ତାଘାଟ, ପାନୀୟ ଜଳ, ଶିକ୍ଷା ଓ ଅନ୍ୟାନ୍ୟ କ୍ଷେତ୍ରର ସାମଗ୍ରିକ ଉନ୍ନତି ପାଇଁ ଦଳମତ ନିର୍ବିଶେଷରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏଥିସହ ୨୦୨୬-୨୭ ଆର୍ଥିକ ବର୍ଷରେ ବିଭିନ୍ନ ବିକାଶମୂଳକ କ୍ଷେତ୍ର ପାଇଁ ମୋଟ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ ହୋଇଥିବା ସେ ସୂଚନା ଦେଇଥିଲେ। ବୈଠକରେ ଜିଲ୍ଲା ଯୋଜନା କମିଟିର ସମସ୍ତ ସଦସ୍ୟ, ବିଭିନ୍ନ ବିଭାଗର ଅଧିକାରୀ ଓ ଯନ୍ତ୍ରୀ, ବିଡିଓ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ ଧନ୍ୟବାଦ ଅର୍ପଣ କରିବା ପରେ ବୈଠକ ଶେଷ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 14, 2026 October 14, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର
ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ
ରାଜ୍ୟ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
ଜିଲ୍ଲା ଖବର

ରାଜ୍ୟ ପୋଲିସ ଡ୍ୟୁଟି ମିଟ୍‌ରେ ଏସ୍‌ଆଇ ସ୍ୱାଗତଙ୍କ କୃତିତ୍ୱ

Odisha Lekha October 11, 2026
ଜିଲ୍ଲା ଖବର

କଲେଜ ଅଧ୍ୟକ୍ଷଙ୍କୁ ବିଧାୟକ ଅରୁଣଙ୍କ ଚେତାବନୀ : ହାଇକୋର୍ଟର ଦ୍ୱାର ଖଟଖଟେଇବି,ଆପଣଙ୍କୁ ଟାଣିକି ନେବି

Odisha Lekha October 10, 2026
ଜିଲ୍ଲା ଖବର

ବଦଳିଲେ ଗଣିଆ ଓ ରଣପୁର ବିଡିଓ

Odisha Lekha October 9, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?