ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଚାଲିଛି ଛାତ୍ର ସଂସଦ ନିର୍ବାଚନ। ନିର୍ବାଚନକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିବାବେଳେ ଅପରାହ୍ନ ୧ଟା ସୁଦ୍ଧା ୭0 ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଅପରାହ୍ନ ୨ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହାପରେ ସନ୍ଧ୍ୟା ୫ଟାରେ ଭୋଟ ଗଣତି ଆରମ୍ଭ ହୋଇ ନିର୍ବାଚନ ଫଳାଫଳ ପ୍ରକାଶ କରାଯିବ। ନିର୍ବାଚନ ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ନୟାଗଡ଼ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି। ମତଦାନ ପରେ ଭୋଟ ଗଣତି ଓ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିଛି।

