Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Published October 15, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ନିର୍ବାଚନର ଫଳାଫଳ ଗୁରୁବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ପ୍ରକାଶିତ ଫଳାଫଳ ଅନୁଯାୟୀ, ଛାତ୍ର ସଂସଦର ପ୍ରମୁଖ ପଦବୀଗୁଡ଼ିକରେ ବିଜୁ ଛାତ୍ର ଜନତା ଦଳ ବାଜି ମାରିଥିବା ଜଣାପଡ଼ିଛି। ନିର୍ବାଚନରେ ସଭାପତି ଭାବେ କାର୍ତ୍ତିକ ମହାନ୍ତି, ଉପସଭାପତି ଭାବେ ସୁନନ୍ଦା ଲେଙ୍କା, ସମ୍ପାଦକ ଭାବେ ସୁଭମ ପ୍ରକାଶ ପଣ୍ଡା ଏବଂ ସହକାରୀ ସମ୍ପାଦକ ଭାବେ ଜିତୁ ସାହୁ ନିର୍ବାଚିତ ହୋଇଛନ୍ତି। ଶ୍ରେଣୀ ପ୍ରତିନିଧି ଭାବେ ସୁଶାନ୍ତ ସିଂହ ନିର୍ବାଚିତ ହୋଇଥିବାବେଳେ ବିଷ୍ଣୁପ୍ରିୟା ବେହେରା, ସାୟନ ସାନ୍ଧା ଓ ରାଜେନ୍ଦ୍ର ଜେନା ଅପ୍ରତିଦ୍ୱନ୍ଦ୍ୱୀ ଭାବେ ମନୋନୀତ ହୋଇଛନ୍ତି। ସେହିପରି ମହାବିଦ୍ୟାଳୟର ନାଟ୍ୟ ସମାଜର ସମ୍ପାଦିକା ଭାବେ ସାବିତ୍ରୀ ସାହୁ ଏବଂ ସହକାରୀ ସମ୍ପାଦକ ଭାବେ ପ୍ରଭୁଦ ପ୍ରତାପ ପ୍ରଧାନ ନିର୍ବାଚିତ ହୋଇଛନ୍ତି। ଆଥଲେଟିକ୍ କ୍ଲବର ସମ୍ପାଦିକା ଭାବେ ମନସ୍ୱିନୀ ମହାପାତ୍ର ଓ ସହକାରୀ ସମ୍ପାଦକ ଭାବେ ଅକ୍ଷୟ କୁମାର ଜେନା ନିର୍ବାଚିତ ହୋଇଛନ୍ତି।

ବିଜ୍ଞାନ ସଂଘର ସମ୍ପାଦକ ଭାବେ ବିକାଶ କୁମାର ସାହୁ ନିର୍ବାଚିତ ହୋଇଥିବାବେଳେ ସହକାରୀ ସମ୍ପାଦକ ଭାବେ ଶିବାନୀ ସାହୁ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ମନୋନୀତ ହୋଇଛନ୍ତି।ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ କୁମାର ରାଉତଙ୍କ ପକ୍ଷରୁ ଅକ୍ଟୋବର ୧୫ ତାରିଖରେ ଫଳାଫଳ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଛାତ୍ର ସଂସଦ ନିର୍ବାଚନ ଅଧିକାରୀ ଡ଼ ଦିଲ୍ଲୀପ କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ନିର୍ବାଚନ ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହୋଇଥିଲା। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ।ନିର୍ବାଚନ ସମୟରେ ଆଇନଶୃଙ୍ଖଳା ରକ୍ଷା ପାଇଁ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ୱାଇଁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଜ୍ୟୋତି ରଞ୍ଜନ ସାମନ୍ତରାୟ, ଏସ୍‌ଡିପିଓ ସୃଷ୍ଟି ପ୍ରଧାନ ଏବଂ ଆଇଆଇସି ରଶ୍ମିରଞ୍ଜନ ପ୍ରଧାନଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ଆଗାମୀ ଶିକ୍ଷାବର୍ଷରେ ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ ଏବଂ ମହାବିଦ୍ୟାଳୟର ଶିକ୍ଷା, ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ନିର୍ବାହ କରିବେ ବୋଲି ଆଶା ପ୍ରକାଶ ପାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 15, 2026 October 15, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ

Odisha Lekha October 15, 2026
ଜିଲ୍ଲା ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ

Odisha Lekha October 15, 2026
ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?