Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଲକ୍ଷ୍ମୀପ୍ରସାଦ ପଞ୍ଚାୟତରେ ବିଧବା ମହିଳା ମାନଙ୍କୁ ନେଇ ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚେତନତା ଶିବିର

Published September 17, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଓ ଦୌରାଜଜ ତଥା ଅଧ୍ଯକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ୱାବଧାନରେ, ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ ଠାରେ ବିଧବା ମହିଳା ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ସର୍ବପ୍ରଥମେ ଜାତୀୟ ଆଇନ ସେବା ପ୍ରାଧିକରଣ ସଙ୍ଗୀତ “ଏକ ମୁଠି ଆସମାନ” ଗାନ ସହିତ ପ୍ରଶାନ୍ତ କୁମାର ସାହୁ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲା ବେଳେ ମୁଖ୍ୟ ଅତିଥି ଅଞ୍ଜଳି ମଛଖଣ୍ଡ ଆନୁଷ୍ଠାନିକ ଭାବେ ଶିବିର ଉଦଘାଟନ କରି ବିଧବା ମହିଳା ମାନଙ୍କର ସମସ୍ୟା ଓ ତାହାର ପ୍ରତିକାର ଉପରେ ଆଲୋକପାତ କରିଥିଲେ ସମ୍ମାନୀତ ଅତିଥି ରୂପେ ସରକାରୀ ଓକିଲ ଦଣ୍ଡପାଣି ସ୍ବାଇଁ, ବିଧବା ମହିଳା ମାନଙ୍କର ସମ୍ପତିଗତ ଅଧିକାର ଉପରେ ବୁଝାଇ ଥିଲେ । ବରିଷ୍ଠ ଆଇନଜୀବି ରମେଶ ଚନ୍ଦ୍ର ମହାରଣା ଆଇନ ସେବା ପ୍ରାଧିକରଣଙ୍କ ନିଃଶୁକ୍ଳ ଆଇନ ସେବା ଓ ପୋସ୍କୋ ଆଇନ ଉପରେ ଆଲୋକପାତ କରିଥିଲା ବେଳେ ଆଇନଜୀବି ପ୍ରୀତିରାଣୀ ଏକ୍ଜା ବିଧବା ମହିଳା ମାନଙ୍କର ବିଭିନ୍ନ ହିତାଧିକାରୀ ଯୋଜନା ଏବଂ ଆଇନଗତ ଅଧିକାର ଉପରେ ବିସ୍ତୃତ ଆଲୋଚନା କରିଥିଲେ । କନସିଲେଟର କ୍ଷଣପ୍ରଭା କର କବିତା ମାଧ୍ଯମରେ ବିଧବା ମହିଳା ମାନଙ୍କର ମନରେ ଶକ୍ତି ସଂଚାର କରିଥିଲେ ଉକ୍ତ ଶିବିରରେ ସରପଞ୍ଚ ନିରଞ୍ଜନ ବିଧାର ଓ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ଉପସ୍ଥିତିରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିଧବା ମହିଳା ମାନଙ୍କୁ ନୂତନ ଭତ୍ତା ଆବଣ୍ଟନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀ ରାଜେଶ କୁମାର ବାରିକ, ନ୍ୟାୟ ଅଧିକାର ମିତ୍ର ଲିପ୍ସା, ଅକ୍ଷୟ ପୂଜା, ମିକି, ଅନୁପମା ଓ ଇପ୍ସିତା ଏବଂ ସାମ୍ବାଦିକ ବିଷ୍ଣୁ ଓ ସୁରୂପ ଉପସ୍ଥିତ ରହି ସମ୍ପୁର୍ଣ୍ଣ ସହଯୋଗ କରିଥିଲେ । ପରିଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ବର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 17, 2025 September 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?