Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ:ଖୁଣ୍ଟୁବନ୍ଧ ସରକରୀ ଆଇଟିଆଇ କଲେଜରେ ଆଇନ ସଚେତନତା ଶିବିର

Published September 24, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ଯକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ୱାବଧାନରେ ଖୁଣ୍ଟୁବନ୍ଧ ସ୍ଥିତ ସରକାରୀ ଆଇ.ଟି.ଆଇ କଲେଜ ଠାରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଜାତୀୟ ଆଇନ ସେବା ପ୍ରାଧିକରଣ ସଙ୍ଗୀତ “ଏକ ମୁଠି ଆସମାନ” ଗାନ ସହିତ ପବନ କୁମାର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ ।

ମୁଖ୍ୟ ଅତିଥି ଅଞ୍ଜଳି ମଛଖଣ୍ଡ ଆନୁଷ୍ଠାନିକ ଭାବେ ଶିବିର ଉଦ୍ଘାଟନ କରି ସତ୍ୟ ଘଟଣା ଲକ୍ଷ୍ମୀ ଅଗରୱାଲ କେଶ ଓ ତାହାର ସାହସ ଉପରେ ଆଲୋକପାତ କରିଥିଲେ । ସମ୍ମାନୀତ ଅତିଥି ରୂପେ ସରକାରୀ ଓକିଲ ଦଣ୍ଡପାଣି ସ୍ବାଇଁ ଓ ବରିଷ୍ଠ ଆଇନଜୀବି ରମେଶ ଚନ୍ଦ୍ର ମହାରଣା ଏସିଡି ଆକ୍ରମଣ ର କାରଣ, ପ୍ରଭାବ, ସାମସ୍ୟା ଓ ପ୍ରତିକାର ତଥା ସରକାରୀ ସହାୟତା ଉପରେ ଆଲୋକପାତ କରିଥିଲେ । ଏସଡିପିଓ ଜ୍ୟୋତି ରଞ୍ଜନ ସାମନ୍ତରାୟ ସାଇବର ଆଇନ ଉପରେ ପ୍ରୋଜେକ୍ଟ ଦେଖାଇ ପିଲାମାନକୁ ବୁଝାଇଥିଲେ । ଉକ୍ତ ଶିବିରରେ କନସିଲେଟର କ୍ଷଣପ୍ରଭା କର କବିତା ମାଧ୍ୟମରେ ପିଲା ମାନଙ୍କର ମନରେ ଶକ୍ତି ସଂଚାର କରିଥିଲେ ।

ଉକ୍ତ ଶିବିରରେ ଆଇନଜୀବି ପ୍ରଭାଷିନୀ ନନ୍ଦ, କାମାକ୍ଷା ପ୍ରସାଦ ଦାସ ଓ ସଦର ଆଇଆଇସି ଶରତ ଚନ୍ଦ୍ର ସେଠୀ ସମ୍ମାନୀତ ଅତିଥି ରୁପେ ଯୋଗଦେଇ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ଶେଷରେ ଆଇଟିଆଇ କଲେଜ ଅଧକ୍ଷ କାନ୍ତିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ଆଇଟିଆଇ କଲେଜର ଛାତ୍ର ଓ ଛାତ୍ରୀ ମାନେ ଏସିଡି ଆକ୍ରମଣ ଉପରେ ଗୋଟିଏ ନାଟକ ପରିବେଷଣ କରିଥିଲା ବେଳେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧିକାର ମିତ୍ର ମାନେ ସାଇବର ଆଇନ ଉପରେ ଏକ ନାଟକ ପରିବେଷଣ କରି ସମସ୍ତଙ୍କୁ ସଚେତନ କରିଥିଲେ । ଉକ୍ତ କାର୍ଯକ୍ରମକୁ ସଫଳୀକୃତ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀ ଗଦାଧର ବିଶ୍ୱାଳ, ପ୍ରଶାନ୍ତ କୁମାର ସାହୁ, ରାଜେଶ କୁମାର ବାରିକ ଓ ନ୍ୟାୟ ଅଧିକାର ମିତ୍ର ପ୍ରଫୁଲ୍ଲ, ପ୍ରମୋଦ, ବିଷ୍ଣୁ, ମମତା, ମିକି, ଅନୁପମା, ବନିବନ୍ଦନା, ପ୍ରକାଶ ଏବଂ ସାମ୍ବାଦିକ ମାନେ ଉପସ୍ଥିତ ରହି ସମ୍ପୁର୍ଣ୍ଣ ସହଯୋଗ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 24, 2025 September 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭୭% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?