ନୟାଗଡ଼, (ଓଡ଼ିଶା ଲେଖା): ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ନୟାଗଡ଼ ତ୍ରିନାଥ ଛକ ନିକଟରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ କରାଯାଇଛି। ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌରାଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୋତ୍ସାମାୟୀ ଆଚାର୍ଯ୍ୟ, ଶିକ୍ଷକ ଶରତ ଚନ୍ଦ୍ର ଆଚାର୍ଯ୍ୟ, ପୌର ପରିଷଦ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ, ପୌର କର୍ମଚାରୀ ଓ ସିଭିଲ ସୋସାଇଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।


