ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ର ମିଳିତ ସହଯୋଗ ରେ ଆୟୋଯିତ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସହିତ ସ୍ଵଚ୍ଛ ହିଁ ସେବା ଉତ୍ସବର ଉଦଯାପନୀ ସମାରୋହ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।

ନୟାଗଡ଼ ପୌର ପରିଷଦ ତରଫରୁ ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ବୈଠକରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌରାଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ଭାବେ ଯୋଗ ଦେଇଥିଲେ। ବୈଠକ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇ ଥିଲା। ପରେ ପରେ ମହାତ୍ମାଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋରେ ଅତିଥି ମାନେ ଷ୍ପସୁମନ ଅର୍ପଣ କରିଥିଲେ ।

ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରିୟ ପ୍ରଦାନ କରାଯାଇ ସମ୍ଵର୍ଦ୍ଧନା କରାଯାଇଥିଲା । ଗାନ୍ଧୀ ଜୟନ୍ତୀରେ ସ୍ୱଚ୍ଛତା ହିଁ ସେବାର କଣ ଭୂମିକା ରହିଛି ବକ୍ତବ୍ୟରେ ପରିପ୍ରକାଶ କରିଥିଲେ । ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା କୃତୀ ଛାତ୍ରଛାତ୍ରୀ ଓ ବ୍ୟକ୍ତି ବିଶେଷଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଛି। ପୌର ପରିଷଦର ସଫେଇ ମିତ୍ରଙ୍କ ସହିତ ସମୁଦାୟ 228 ଜଣଙ୍କୁ ଜିଲ୍ଲାପାଳ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିଲେ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

